MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ନାଁରେ ସଙ୍ଗୀନ ଅଭିଯୋଗ।

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ନାଁରେ ସଙ୍ଗୀନ ଅଭିଯୋଗ। ସାର୍ଟିଫିକେଟ ପ୍ରଦାନ ପାଇଁ ସରକାରୀ ନିୟମ ଠାରୁ ଢେର ଅଧିକ ଟଙ୍କା ନେଉଛି କଲେଜ । ଅଭିଯୋଗ କରିବାରୁ ଅଧ୍ୟକ୍ଷ ଚ୍ୟାମ୍ବରକୁ ଡାକି ମାଡ଼ ମରାଯାଉଥିବା ଅଭିଯୋଗ କରିଛନ୍ତି ସଂଗୀତ ମହାବିଦ୍ୟାଳୟ ଛାତ୍ର ନୀଳାମ୍ବର ଦାସ । ଖାଲି ଏତିକି ନୁହେଁ, କିଛି ଅଧ୍ୟାପକ ମହାବିଦ୍ୟାଳୟର ଛାତ୍ରୀଙ୍କ ସହିତ ଯୌନ କେଳେଙ୍କାରୀରେ ସମ୍ପୃକ୍ତ ଥିବା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଅଧ୍ୟକ୍ଷଙ୍କୁ ଜଣାଇବାରୁ କୌଣସି ପଦକ୍ଷେପ ନନେଇ ମାନସିକ ନିର୍ଯାତନା ଦିଆଯାଉଛି । ଏମିତିକି କଲେଜରୁ ବାହାର କରିବା ଦେବାକୁ ଧମକ ଦେଉଛି କଲେଜ। ଅନ୍ୟପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି କଲେଜ ଅଧକ୍ଷ ବିଜୟ କୁମାର ଜେନା । ଏନେଇ ଖାରବେଳ ନଗର ଥାନାରେ ଲିଖିତ ଅଭିଯୋଗ ସହ ମୁଖ୍ୟମନ୍ତ୍ରୀ ତଥା ବିଭାଗୀୟ ମନ୍ତ୍ରୀଙ୍କୁ ଚିଠି ଲେଖିଛି ଛାତ୍ର ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।