ଉତ୍ତର ପ୍ରଦେଶର ଧର୍ମନଗରୀ ପ୍ରୟାଗରାଜରେ ସୋମବାର ମହାକୁମ୍ଭ ଆରମ୍ଭ ହେଉଛି। ପୌଷ ପୂର୍ଣ୍ଣିମା ଅବସରରେ ଗଙ୍ଗା, ଯମୁନା ଓ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ସଙ୍ଗମସ୍ଥଳରେ ସୋମବାର ୧ କୋଟି ୬୫ ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି।

ମହାକୁମ୍ଭ ବେଳେ ସଙ୍ଗମରେ ବୁଡ଼ ପକାଇଲେ ମୋକ୍ଷପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଥିବାରୁ ପ୍ରବଳ ଶୀତ ଓ ଘନ କୁହୁଡ଼ି ସାଙ୍ଗକୁ ବରଫ ଭଳି ଥଣ୍ଡା ପାଣି ସତ୍ତ୍ୱେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଲାଗିରହିଥିଲା। ୪୫ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ବିଶ୍ୱର ସର୍ବବୃହତ୍ ମାନବୀୟ ସମାବେଶ ବୋଲି କୁହାଯାଉଛି।

୧୨ ବର୍ଷରେ ଥରେ ପଡ଼ୁଥିବା ଆଧ୍ୟାତ୍ମତିକତା, ବିଶ୍ୱାସ, ସଂସ୍କୃତି, ଧର୍ମ, ପରମ୍ପରା ଏବଂ ଆଧୁନିକ ପ୍ରଯୁକ୍ତିର ମହାମିଳନ ଏହି ମହାକୁମ୍ଭରେ ଦେଶବିଦେଶରୁ ୪୦ କୋଟିରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଯୋଗଦେବେ ବୋଲି ଆକଳନ କରାଯାଇଛି। ଦୀର୍ଘ ୧୪୪ ବର୍ଷ ପରେ ଦୁର୍ଲଭ ସ୍ବର୍ଗୀୟ ସଂଯୋଗ ପଡ଼ୁଥିବା ସନ୍ଥମାନେ ଦାବି କରୁଥିବାରୁ ଏଥର ମହାକୁମ୍ଭକୁ ସବୁଠୁ ଶୁଭ ବିବେଚନା କରାଯାଉଛି।
ମୋ ଟିଭି ଓଡିଶା ଡେସ୍କ
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।