MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୭ ତମ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ପ୍ରଥମ ତଥା ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ସେଖ ସାଦିକ ଯୋଗ ଦେଇ କ୍ରୀଡା ପତାକା ଦେଖାଇ ଶୁଭ ଉଦଘାଟନ କରିଥିଲେ l ଦ୍ୱିତୀୟ ତଥା କ୍ରୀଡାର ଉଦଯାପନୀ ଦିବସରେ ସ୍ଥାନୀୟ ତହସିଲଦାର ଦୀପ୍ତି ରଞ୍ଜନ ବେହେରା, ସିଆରସିସି ସୌଦାମିନୀ ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଶିକ୍ଷା ଓ କ୍ରୀଡା ସମ୍ପର୍କିତ ବିଭିନ୍ନ ଉଦାହରଣ ଦେଇ ଉପସ୍ଥିତ ଛାତ୍ରଛାତ୍ରୀ ଙ୍କୁ ସମ୍ୟକ ସୂଚନା ଦେଇ ଉତ୍ସାହିତ କରିଥିଲେ l ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମହାପାତ୍ର ଅତିଥି ମାନଙ୍କର ପରିଚୟ ପ୍ରଦାନ କରି କ୍ରୀଡା ଉତ୍ସବର ମହତ୍ୱ ସମ୍ପର୍କରେ ଉଦବୋଧନ ଦେଇଥିଲେ l କ୍ରୀଡାର ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ବିଦ୍ୟାଳୟ
ର ଶିକ୍ଷୟିତ୍ରୀ ଭବାନୀ ଦେବୀ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷୟିତ୍ରୀ ସ୍ମିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ଏହି ଦୁଇ ଦିନିଆ କ୍ରୀଡା ଉତ୍ସବରେ ବିଦ୍ୟାଳୟ ର ସମସ୍ତ କାର୍ଯ୍ୟକର୍ତ୍ତା ଓ ଅଭିଭାବକ ଅଭିଭାବିକା ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।