ପ୍ରତିଷ୍ଠା ଦିବସରେ ପରାଜୟର କାରଣ କହିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଲୋକଙ୍କୁ ମିଛ କହି ସରକାରକୁ ଆସିଛି । ଏବଂ ଆମର ଭୁଲ ଯେ ଆମେ ସେମାନଙ୍କ ମିଛକୁ କାଉଣ୍ଟର କରିପାରିଲୁ ନାହିଁ । ଆମେ ହାରିନୁ, ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇନୁ । ବିଜେପି ମିଛ ପ୍ରତିଶ୍ରୁତି ଦେଇ, ମିଛକଥା କହି ଲୋକଙ୍କୁ ଭୁଆଁବୁଲାଇ ସରକାରକୁ ଆସିଛି । ଏତେ ମିଛ କହି ମଧ୍ୟ ବିଜେପି ଆମଠୁ କମ୍ ଭୋଟ ପାଇଛି । ଆମର ଭୁଲ, ସେମାନଙ୍କ ମିଛକୁ କାଉଣ୍ଟର କରିପାରିଲୁ ନାହିଁ । ଓଡ଼ିଶାବାସୀ ଜାଣିଲେଣି ବିଜେପି ମିଛ କହି କ୍ଷମତାକୁ ଆସିଛି ।
ବିଜୁ ଜନତା ଦଳ ର ୨୮ ତମ ପ୍ରତିଷ୍ଠା ଦିବସ ଅବସରରେ ଶଙ୍ଖ ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ୟ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳର ସଭାପତି ନବୀନ ପଟନାୟକ ଦଳ ପ୍ରତି ଲୋକଙ୍କ ଭଲ ପାଇବା ଓ ବିଜେଡି ସରକାର ସମୟ ର ସଫଳତା ଉପରେ ଆଲୋକପାତ କରି ଆଗାମୀ ଶହେ ବର୍ଷ ପର୍ୟ୍ୟନ୍ତ ବିଜୁ ଜନତା ଦଳ ଓଡିଶାବାସୀଙ୍କ ସେବା କରିଚାଲିବ ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ । ସେ କହିଥିଲେ ଯେ ଓଡିଶା ର ସ୍ୱାର୍ଥ ସର୍ବାଗ୍ରେ । ଏକ ଦୃଢ଼ ଆଞ୍ଚଳିକ ଦଳ ଭାବରେ ଓଡିଶା ସ୍ୱାର୍ଥ ର ସୁରକ୍ଷା ତଥା କେନ୍ଦ୍ର ଅବିଚାର ବିରୁଦ୍ଧରେ ବିଜେଡି ର ଲଢେଇ ଜାରି ରହିବ ବୋଲି ନବୀନ ପଟ୍ଟନାୟକ କହିଛନ୍ତି ।
ଦଳର ପ୍ରତିଷ୍ଠାର ସୁବର୍ଣ୍ଣ ମୁହୂର୍ତ୍ତ ସମ୍ପର୍କରେ ସ୍ମୃତି ଚାରଣ କରି ଶ୍ରୀ ପଟନାୟକ କହିଥିଲେ, ” ୧୯୯୭ ଡିସେମ୍ବର ୨୬ ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା । ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ଧରି ବିଜୁ ପ୍ରେମୀ ମାନେ ଏକାଠି ହୋଇ ବିଜୁ ଜନତା ଦଳ ଗଠନ କରିଥିଲେ । ସେତେବେଳେ ବହୁ ଲୋକ କହୁଥିଲେ ଏ ଦଳ ବଞ୍ଚିବ ନାହିଁ । କିଛି ଲୋକ କହୁଥିଲେ ଏ ଦଳ ଆଗକୁ ବଢି ପାରିବ ନାହିଁ । ଏ ଦଳ କେବେ ସଫଳ ହେବ ନାହିଁ । ଆଉ ମତେ ମଧ୍ୟ କହୁ ଥିଲେ ମୁଁ ରାଜନୀତି ଜାଣେ ନାହିଁ । କିନ୍ତୁ ଆପଣମାନଙ୍କ ପରିଶ୍ରମ ଓ ଓଡିଶା ବାସୀଙ୍କ ଆଶିର୍ବାଦ ଯୋଗୁ ବିଜୁ ଜନତା ଦଳ ପାଞ୍ଚ ପାଞ୍ଚ ଥର ନିର୍ବାଚନ ଜିତି ଓଡିଶା ବାସୀଙ୍କୁ ସେବା ଯୋଗାଇବାର ସୁଯୋଗ ପାଇଛି । ମୁଁ ମଧ୍ୟ ବ୍ୟକ୍ତିଗତ ଭାବରେ ଆପଣମାନଙ୍କ ସେବା କରିବାର ସୌଭାଗ୍ୟ ପାଇଛି ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡ଼ିବ ବସ୍।
ରାସନ କାର୍ଡକୁ ନେଇ ଆସିଲା ବଡ ଖବର ।
ଛତିଶଗଡରେ ପୁଣି ଏନକାଉଣ୍ଟର ।