January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଧର୍ମଗଡ ରେ ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ, ଦଳକୁସଙ୍ଗଠିତ କରିବାକୁ ଆହ୍ୱାନ।


କଳାହାଣ୍ଡି:୨୬/୧୨
ରିପୋର୍ଟ—ସନତ ପ୍ରଧାନୀ


ଓଡିଶାକୁ ସଶକ୍ତ ରାଜ୍ୟର ପରିଚୟ ଦେଇଛି ବିଜେଡି।ଗତ ୨୪ ବର୍ଷରେ ବିଜେଡି ଓଡ଼ିଶାକୁ ସାରା ଦୁନିଆରେ ଏକ ସଶକ୍ତ ରାଜ୍ୟର ପରିଚୟ ଦେଇଛି। ଓଡ଼ିଶାରେ ଗରିବୀ କମି ଯାଇଛି। ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ନୂଆ ପରିଚୟ ମଧ୍ୟ ସୃଷ୍ଟି କରିଛି । ଓଡ଼ିଶାବାସୀଙ୍କ ଭଲ ପାଇବା ପାଇଁ ବିଜେଡି ଏକ ଶକ୍ତିଶାଳୀ ଦଳରେ ପରିଣତ ହୋଇଛି ।ଆଜି ମଧ୍ୟ ଓଡ଼ିଶାର ସାଢ଼େ୪ କୋଟି ଜନତା ଙ୍କ ହୃଦୟରେ ଦଳ ର ଗାରିମା ରହିଛି, ତୃଣମୂଳ ସ୍ତରରେ ଦଳ ର ସଙ୍ଗଠନ କୁ ସୁଦୃଢ କରିବାକୁ ଆହ୍ୱାନ ଦେଇଥିଲେ । ବିଜୁ ଜନତା ଦଳର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ପ୍ରକାଶ କରିଛନ୍ତି।
କଳାହାଣ୍ଡି ଜିଲ୍ଲା ଧର୍ମଗଡ ଠାରେ ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ ବିଜୁ କଲ୍ୟାଣ ମଣ୍ଡପ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି।

ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଜୁ ଜନତା ଦଳର ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଙ୍କ ସଭାପତିତ୍ବ ରେ ଆୟୋଜିତ ସଭାରେ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଧର୍ମଗଡର ପୂର୍ବତନ ବିଧାୟକ ମୌଷଧି ବାଗ, ଆଇନଜୀବି କଲ୍ୟାଣୀ ନାଏକ, ବିଜୁ ମହିଳା ସେଲ ର ସୁଶ୍ରୀ ହୀରା ବାଗ, ଜିଲ୍ଲା ଉପ ସଭାପତି ଥବିର ପ୍ରସାଦ ସାହୁ, ନିର୍ବାଚନ ମଣ୍ଡଳୀ ସଭାପତି ମାନସ ବାଗ, ସରକାରୀ ଓକିଲ ଭବାନୀ ପଣ୍ଡା, ଜିଲ୍ଲା ପରିଷଦ ସଭ୍ୟ ଶଙ୍କର ଜୁଏଡ, ପ୍ରଣବ ଭଏଁସାଲ, ଗୋପୀନାଥ ମହାନନ୍ଦ, ହେମନ୍ତ କୁମାର ମାଝୀ, ଅଶୋକ କୁମାର ପଟ୍ଟଯୋଷୀ, ରାଜେନ୍ଦ୍ର ନାଏକ, ଡାକେ ଲହଜଲ, କୋକସରା ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା, ପଞ୍ଚକ ପୋଢ଼,ଧର୍ମଗଡ ବ୍ଲକ ମହିଳା ସଭାପତି ମିଥିଳା ପୁଞ୍ଜି, ଜିଲ୍ଲା ଏସସି ସେଲ ଉପ ସଭାପତି କ୍ଷୀରୋଦ ବାଗ,ଧର୍ମଗଡ ବ୍ଲକ ପ୍ରତିନିଧି ସ୍ଵାଧୀନ ବାଗ, ପ୍ରଶାନ୍ତ ତିୱାରୀ, ମଦନ ନାଏକ ସମେତ ଶତାଧିକ ବିଜୁ ଜନତା ଦଳର କର୍ମୀ ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସରକାରୀ ଓକିଲ ରାଜେନ୍ଦ୍ର ମୁନି ମଞ୍ଚ ପରିଚାଳନା କରିଥିଲେ।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।