ମୋଟିଭି ଓଡିଶା : ୦୩/୦୬ : ଆଜି ( ସୋମବାର ) ଠାରୁ ଆରମ୍ଭ ହେବ ଯୁକ୍ତ ୩ ରେ ନାମଲେଖା ଆବେଦନ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଯୁକ୍ତ ୩ ମହାବିଦ୍ୟାଳୟ ସମେତ ସେଲ୍ଫ ଫାଇନାନ୍ସିଂ ଓ ସଂସ୍କୃତ କଲେଜର ସ୍ନାତକ(ୟୁଜି) ପାଠ୍ୟକ୍ରମରେ ନାମଲେଖା ପାଇଁ ଅପରାହ୍ଣ ୪ ଟାରୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ସାମ୍ସ ୱେବସାଇଟ୍ www.samsodisha.gov.in ରେ ଜୁନ୍ ୧୭ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଆବେଦନପତ୍ରରେ କୌଣସି ତ୍ରୁଟି ଥିଲେ ୧୮ ତାରିଖ ଦିନ ସଂଶୋଧନ କରାଯାଇପାରିବ। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଜୁନ୍ ୨୫ ତାରିଖରେ ପ୍ରକାଶ ପାଇବା ସହ ୨୬ରୁ ୨୯ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୫ ତାରିଖରେ ପ୍ରକାଶ ପାଇବାକୁ ଥିବା ବେଳେ ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୬ରୁ ୯ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଜୁଲାଇ ୧୫ ତାରିଖରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ ବୋଲି ଦର୍ଶାଯାଇଛି।
ଆଜିଠୁ +୩ ନାମଲେଖା ଆବେଦନ

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।