MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଓଡ଼ିଶାକୁ ଆସିବେ ଆଉ ୩ ମହାବଳ ବାଘ ।

ମହାବଳ ବାଘ ଆଣିବାକୁ ସରକାର ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ପୂର୍ବରୁ ୫ଟି ମହାବଳ ବାଘ ଆସିବାର ଥିଲା । ତା ଭିତରୁ ଯମୁନା ଓ ଜିନ୍ନତ ଆସି ସାରିଛନ୍ତି । ଏମାନେ ସମ୍ପୂର୍ଣ୍ଣ ଖାପ ଖୁଆଇ ସାରିବା ପରେ ଆଉ ୩ଟି ମହାବଳ ବାଘ ଆଣିବାକୁ ସରକାର ନିଷ୍ପତ୍ତି ନେବେ । ସେପଟେ ଓଡ଼ିଶା ଫେରିଛି ଜିନ୍ନତ । ଶିମିଳିପାଳରୁ ଝାଡଖଣ୍ଡ ଏବଂ ପରେ ପଶ୍ଚିମବଙ୍ଗ ପଳାଇଥିବା ବେଳେ ଜିନ୍ନତକୁ ଧରିବା ପାଇଁ ନାକେଦମ୍ ହୋଇଥିଲା ବନ ବିଭାଗ ।

ଅନେକ ଦିନ ଜିନ୍ନତ ଉପରେ ନଜର ରଖିବା ପରେ ଶେଷରେ ବାଘୁଣୀ ଜିନ୍ନତକୁ ଟ୍ରାଙ୍କୁଲାଇଜ୍ କରି ଓଡିଶା ଅଣାଯାଇଛି । ବାଘୁଣି ଜିନ୍ନତ୍‌ର ସ୍ୱାସ୍ଥ୍ୟାବସ୍ଥା ଠିକ୍‌ ରହିଛି । ଓଡ଼ିଶା ଆସିବା ପରେ ବର୍ତ୍ତମାନ ଏନକ୍ଲୋଜରରେ ରହିଛି । ପରବର୍ତ୍ତୀ ସମୟରେ ଶିମିଳିପାଳର ଦକ୍ଷିଣରେ ଜିନ୍ନତକୁ ଛଡ଼ା ଯାଇପାରେ । ଦକ୍ଷିଣରେ ପରିବେଶ ଅନୁକୂଳ ଥିବାରୁ ଛଡ଼ାଯାଇପାରେ ବୋଲି ସୂଚନା ଦେଇଛନ୍ତି ଗଣେଶ ରାମସିଂ ଖୁଣ୍ଟିଆ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।