MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୪ କୋଟି ଟଙ୍କାର ବେଆଇନ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ l


ବାଲିଗୁଡା : ୨୨/୦୪ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବାଲିଗୁଡା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ବେଆଇନ୍ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣା ସ୍ଥଳରୁ ୪୦ କ୍ବିଣ୍ଟାଲ୍ ୬୫୦ ଗ୍ରାମ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ କାହାକୁ ଗିରଫ କରିବାରେ ସକ୍ଷମ ହୋଇନଥିବା ଜଣାପଡ଼ିଛି ।

ସୂଚନା ପ୍ରକାରେ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି କନ୍ଧମାଳ ଏସପିଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ଅଞ୍ଚଳରେ ପୋଲିସ୍ ପେଟ୍ରୋଲିଂ କଡାକଡି କରାଯାଇଛି । ଏଭଳି ସ୍ଥିତିରେ ଚୋରା ଚାଲାଣ ପାଇଁ ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରେ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ମାଫିଆ ମାନେ ଗଛିତ ରଖିଥିବା ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା ପୋଲିସ୍ । ଘଟଣାକୁ ନେଇ ବାଲିଗୁଡ଼ା ଥାନା କେସ୍ ନଂ ୧୦୩/୨୦୨୪ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ମାଫିଆଙ୍କୁ ଧରିବା ପାଇଁ ଜାଲ ବିଛାଇଥିବା ବିଷୟ ବାଲିଗୁଡ଼ା ଏସଡିପିଓ ରାହୁଲ ଗୋଏଲ୍ ସୂଚନା ଦେଇଛନ୍ତି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।