ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ଦୁର୍ଘଟଣା। ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟାକୁ ହ୍ରାସ କରିବା ଓ ସଡ଼କ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଆଉ ୨ହଜାର ଅଧିକ ନୂଆ ଟ୍ରାଫିକ ପୋଲିସ ପଦବୀ ସୃଷ୍ଟି ହେବ । ଏଥିରୁ ୫୦୦ ପଦବୀକୁ ଚଳିତବର୍ଷ ମଧ୍ୟ ପୂରଣ କରାଯିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କୁ ସୁଲଭ ଓ ସୁବିଧାଜନକ ଯାତ୍ରା ପ୍ରଦାନ କରିବା ଉଦ୍ଦେଶ୍ୟରେ ‘ଓଡ଼ିଶା ଯାତ୍ରୀ ଆପ୍’ ମଧ୍ୟ ଆରମ୍ଭ କରାଯାଇଛି । ଏହି ଆପ୍ ମାଧ୍ୟମରେ ସାଧାରଣ ଲୋକ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲେ ମୁଖ୍ୟ ଶାସନ ସଚିବ।
ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା ।