February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ଓଡ଼ିଶା ଆସୁଛନ୍ତି ବିଜେପି ର ହେଭି ୱେଟ ନେତା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ହେମାମାଳିନୀ

ମୋଟିଭି ଓଡିଶା : ଭୁବନେଶ୍ୱର (୧୭/୦୫) : ୨୦୨୪ ନିର୍ବାଚନରେ ବିଜେପି ଫୋକସରେ ଓଡ଼ିଶା। ଏଥିପାଇଁ କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ ଆସୁଥିବା ବେଳେ ରାଉରକେଲାରେ ସେ ହାଇଭୋଲଟେଜ ପ୍ରଚାର କରିବେ। ଏହାସହିତ ବିଜେପି ଷ୍ଟାର ପ୍ରଚାରକ ଡ୍ରିମ ଗାର୍ଲ ହେମାମାଳିନୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ଉତ୍ତର ଓ କଟକ କିଶନ ନଗରରେ ସଭା କରିବେ ହେମାମାଳିନୀ। ପରେ ପିପିଲିରେ ରୋଡ୍‌‌ ଶୋ କରିବାର କାର୍ଯ୍ୟକ୍ରମ ରହିଛି।

ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ପ୍ରତିକ୍ରିୟା ରଖି ହେମାମାଳିନୀ କହିଛନ୍ତି, ରାଜ୍ୟରେ ୨୫ ବର୍ଷର ସରକାର ପରିବର୍ତନ ହେବାର ସମୟ ଆସିଛି l ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ ସରକାର ଦରକାର l ଆଜି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ମଧ୍ୟ ଓଡ଼ିଶା ଆସି ପ୍ରଚାର କରିବେ। ସେ ସାନଖେମୁଣ୍ଡି, ଦଶପଲ୍ଲା, ଜି.ଉଦୟଗିରିରେ ପ୍ରଚାର କରିବେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।