ମୋଟିଭି ଓଡିଶା : ଭୁବନେଶ୍ୱର : ୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସୀମା ଭିତରେ ରହି ମର୍ଯ୍ୟାଦାପୂର୍ଣ୍ଣ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ”କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଔକାତ୍, ଦମ୍ ଶଦ୍ଦର ବ୍ୟବହାର ଠିକ୍ ନୁହେଁ। ପୂର୍ବତନ ଆଇଏଏସ୍ ଅଧିକାରୀ ପାଣ୍ଡିଆନ ବାବୁଙ୍କୁ ଏହା ଶୋଭା ପାଉନି। ତେବେ ସତ୍ସାହାସ ଅଛି ତ, ବିଜେଡିର ୧୨ ସାଂସଦଙ୍କ ରିପୋର୍ଟ କାର୍ଡ ରଖନ୍ତୁ।”
ତେବେ ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଥିଲା ବେଳେ ଆଗକୁ ଆହୁରି ଦୁଇ ପର୍ଯ୍ୟାୟ ବାକି ରହିଛି। ଏହାରି ମଧ୍ୟରେ ସମସ୍ତ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରଚାର ଏତେ ଉସ୍ମ ହୋଇଛି ଯେ, ଉଭୟ ପକ୍ଷର ନେତା ବ୍ୟକ୍ତିଗତ ଆକ୍ଷେପ କରିବାକୁ ପଛଘୁଞ୍ଚା ଦେଉ ନାହାନ୍ତି। ଯାହାକୁ ନେଇ ଓଡିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହେବାକୁ ଯାଉଛି
More Stories
ବିଜେପି ମୁହାଁ କି ବିଜେଡି ବିଦ୍ରୋହୀ କର୍ପୋରେଟର ।
ବିଜେଡି ନେତାଙ୍କ ମେଳି ପ୍ରସଙ୍ଗ।
କଂଗ୍ରେସର ନୂଆ ଠିକଣା ୯-ଏ କୋଟଲା ରୋଡ୍ ।