MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ଆସନ୍ତା କାଲି ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ମୋଟିଭି ଓଡିଶା : ନୂଆଦିଲ୍ଲୀ,୨୦।୫: ଇରାନ ରାଷ୍ଟ୍ରପତି ରୈସି ଆଉ ଦୁନିଆରେ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ରୈସିଙ୍କ ମୃତ୍ୟୁ ହୋଇଯାଇଛି। ତାଙ୍କ ସହ ବିଦେଶମନ୍ତ୍ରୀ ହୋସେନ ଆମିରୋବଦୋହ୍ଲିଆନଙ୍କ ମଧ୍ୟ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ ଘୋଷଣା କରାଯାଇଛି। ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଭାରତ ସରକାର ମଧ୍ୟ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ସମ୍ମାନରେ ଭାରତ ସରକାର ୨୧ ମେ’ ଅର୍ଥାତ୍‌ ମଙ୍ଗଳବାର ଦେଶରେ ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି।

କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି ଯେ, ଦିବଙ୍ଗତ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ମେ ୨୧ରେ ସମଗ୍ର ଭାରତରେ ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳନ ହେବ। ଶୋକ ଦିବସରେ ଭାରତର ସମସ୍ତ ଅଟ୍ଟାଳିକା ଉପରେ ଜାତୀୟ ପତାକା ଅର୍ଦ୍ଧନିମିତ କରାଯିବ ଏବଂ ସେଦିନ କୌଣସି ସରକାରୀ ମନୋରଞ୍ଜନ ହେବନାହିଁ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।