February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୬ଷ୍ଠ ପର୍ଯ୍ୟାୟ ନିର୍ବାଚନ: ୫୮ ଲୋକସଭା ଆସନରେ ଚାଲିଛି ମତଦାନ

ନୂଆଦିଲ୍ଲୀ: ଆଜି ଦେଶରେ ୬ଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ଭୋଟଗ୍ରହଣ ଆରମ୍ଭ ହୋଇଛି। ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ l ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶ, ଦିଲ୍ଲୀ, ହରିୟାଣା, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶା ସମେତ ୮ ରାଜ୍ୟ ଓ କେନ୍ଦ୍ରଶାସି ଅଞ୍ଚଳର ମୋଟ ୫୮ ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ସମସ୍ତ ବିଧାନସଭା ଆସନରେ ମତଦାନ ଚାଲିଛି।
ସୂଚନା ଅନୁସାରେ, ଏହି ପର୍ଯ୍ୟାୟରେ ଜାମ୍ମୁ-କାଶ୍ମୀରର ୧ଟି, ହରିୟାଣାର ୧୦ଟି, ଦିଲ୍ଲୀର ୭, ଉତ୍ତରପ୍ରଦେଶର ୧୪, ପଶ୍ଚିମବଙ୍ଗର ୮, ବିହାର ୮, ଝାଡ଼ଖଣ୍ଡ ୪ ଏବଂ ଓଡ଼ିଶାର ୬ଟି ଲୋକସଭା ଆସନରେ ଭୋଟଦାନ କରାଯାଉଛି। ୧୧ କୋଟି ୧୩ ଲକ୍ଷ ଭୋଟର ୮୮୯ ସାଂସଦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଭୋଟରଙ୍କ ମଧ୍ୟରେ ୫ କୋଟି ୮୪ ଲକ୍ଷ ପୁରୁଷ ଏବଂ ୫ କୋଟି ୨୯ ଲକ୍ଷ ମହିଳା ରହିଛନ୍ତି। ଅନ୍ୟାନ୍ୟ ଭୋଟରଙ୍କ ସଂଖ୍ୟା ୫୧୨୦। ଭୋଟଦାନ ପାଇଁ ସାରା ଦେଶରେ ୧ ଲକ୍ଷ ୧୪ ହଜାର ମତଦାନ କେନ୍ଦ୍ର କରାଯାଇଛି। ମୋଟ ୧୧ ଲକ୍ଷ ୪ ହଜାର ପୋଲିଂ ଅଧିକାରୀ ନିୟୋଜିତ ହୋଇଛନ୍ତି।


ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବୁଥଗୁଡ଼ିକରେ ମତଦାନ ଚାଲିବ। ହିଂସା ଏବଂ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ସମସ୍ତ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।