February 3, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠାରୁ ରାଜ୍ୟରେ ତାତି ବଢ଼ିବ।

ଭୁବନେଶ୍ୱର : ଆଜିଠାରୁ ରାଜ୍ୟରେ ତାତି ବଢ଼ିବ। ଆସନ୍ତା ୩-୪ଦିନ ମଧ୍ୟରେ ତାପାତ୍ରା ୫ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବାତ୍ୟା ରେମଲ୍‌‌ ପ୍ରଭାବରେ ଗତ ୨-୩ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ମେଘୁଆ ପାଗ ଲାଗି ରହିଥିଲା। ଏବେ ବାତ୍ୟାର ପ୍ରଭାବ ହ୍ରାସ ହେବା ଯୋଗୁଁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିଛି।

ସେପଟେ ଗତକାଲି ରାଜ୍ୟର ୮ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ୱା ଏହାଠାରୁ ଅଧିକ ରେକର୍ଡ ହୋଇଥିବା ବେଳେ ୪୨.୨ ଡିଗ୍ରୀ ସହ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ବର୍ତ୍ତମାନ ଉପକୂଳବର୍ତ୍ତୀ ଅଧିକାଂଶ ସ୍ଥାନରେ ତାପମାତ୍ରା ବିଶେଷ ରହୁ ନଥିଲେ ମଧ୍ୟ ଆର୍ଦ୍ରତା ଅଧିକ ରହୁଥିବା ହେତୁ ଅଧିକ ଗୁଳୁଗୁଳି ହେଉଛି। ବାତ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।

ମଙ୍ଗଳବାର ଝାରସୁଗୁଡ଼ା, ନୂଆପଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼ ଆଦିରେ କାଳବୈଶାଖୀ ଜନିତ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଅନ୍ୟପଟେ ମେ ୩୧ ବା ଜୁନ ୧ ତାରିଖରେ କେରଳ ଛୁଇଁବ ମୌସୁମୀ ବାୟୁ। କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି। କେରଳରେ ପହଞ୍ଚିବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ତାହା ସ୍ପଷ୍ଟ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।