ମୋଟିଭି ଓଡିଶା : ପୁରୀ (ରାଜେଶ କୁମାର ) ଗତ ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଥିବା ବେଳେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ। ତେବେ ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ବିଧି ଅନୁଯାୟୀ ତିନି ରଥର ଛଅଟି ନାହାକ ଚକ ସହ ତିନୋଟି ଅଖ ଡେରାଯିବ।
ଯାହାକୁ ଚକଅଖ ଡେରା ନୀତି କୁହନ୍ତି। ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ ଟି ନାହାକ ଚକ ଓ ତିନୋଟି ଅଖ ପ୍ରସ୍ତୁତ କରି ରଖିଛନ୍ତି। ଆଜି ଶ୍ରୀମନ୍ଦିରରେ ସକାଳଧୂପ ନୀତି ବଢିବା ପରେ ତିନିବାଡର ପୂଜାପଣ୍ଡା ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଆସିବେ। ସେଠାରେ ଭୋଇ ସେବକମାନେ ଚକ ଅଖ ଡେରା କାର୍ଯ୍ୟ ସମ୍ପନ୍ନ କରିବା ପରେ ତିନି ରଥର ମୁଖ୍ୟ ବିଶ୍ଵକର୍ମାଙ୍କୁ ପୂଜାପଣ୍ଡା ସେବାୟତମାନେ ଆଜ୍ଞାମାଳ ପ୍ରଦାନ କରିବେ।
More Stories
ଛିଲିପାମାଲ ଗ୍ରାମରେ କାଳେଶ୍ୱର ମହାଦେବ ନୂତନ ମନ୍ଦିର ର ରତ୍ନମୁଦ ଉତ୍ସବ ଅନୁଷ୍ଠିତ।
ଓଲମା ଗ୍ରାମରେ କାଳେଶ୍ୱର ମହାଦେବ ନୂତନ ମନ୍ଦିର ର ରତ୍ନମୁଦ ଉତ୍ସବ ଅନୁଷ୍ଠିତ
ଶ୍ରୀ ଜଗନ୍ନାଥ ମହୋତ୍ସବ ଷଷ୍ଠ ଦିବସରେ ମହାଯଜ୍ଞ ମହାପ୍ରଭୁଙ୍କ ପ୍ରାଣପ୍ରତିଷ୍ଠା ଓ ପ୍ରବଚନ।