ମୋଟିଭି ଓଡିଶା : ଆଜି ସାବିତ୍ରୀ ଅମାବାସ୍ୟା। ସ୍ୱାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା। ସ୍ୱାମୀଙ୍କ ଦୀର୍ଘାୟୁ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରି ମହିଳା ମାନେ ଏହି ବ୍ରତ ପାଳନ କରିଥାନ୍ତି। ସାବିତ୍ରୀ ପୂଜା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ମନ୍ଦିରରେ ଚାଲିଛି ପୂଜାର୍ଚ୍ଚନା । ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ନୂଆ ଶାଢୀ, ସଙ୍ଖା, ସିନ୍ଦୂର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ବିଶେଷ କରି ଆମ୍ବ, ପଣସ, ନଡିଆ, ଫୁଟି କାକୁଡି, ତାଳ, ଖଜୁରୀ ଆଦି ଦେଶୀ ଫଳରେ ପୂଜା କରୁଛନ୍ତି।
More Stories
କୋଲକାତା ବଳାତ୍କାର ମାମଲା।
ଉତ୍ତରାଖଣ୍ଡରେ ଚଳିତ ମାସରେ ଲାଗୁ ହେବ UCC।
ମହାକୁମ୍ଭରେ ‘ମହାପ୍ରସାଦ ସେବା’ ଆରମ୍ଭ କରିବ ଆଦାନୀ ଗ୍ରୁପ୍ ଓ ଇସ୍କନ୍।