January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୪ଦିନ ଯାଏଁ ତାତିରୁ ନାହିଁ ନିସ୍ତାର: ଦକ୍ଷିଣକୁ ପ୍ରବଳ ବର୍ଷା ସତର୍କତା

ମୋଟିଭି ଓଡିଶା :

ରାଜ୍ୟରେ ତାତିରୁ ନିସ୍ତାର ନାହିଁ। ଆସନ୍ତା ୪ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଏହାପରେ ୨ରୁ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ବୁଧବାର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଊର୍ଦ୍ଧ୍ବ ରହିଥିଲା। ନୂଆପଡ଼ାରେ ସର୍ବାଧିକ ୪୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା।  ସେପଟେ ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୩-୪ ଦିନ ମଧ୍ୟରେ ସକ୍ରିୟ ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାସହିତ ଆସନ୍ତା ୧୩ ଓ ୧୪ ତାରିଖରେ ସମୁଦ୍ରରେ ୪୫-୫୫ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

ତେଣୁ ଏହି ଦୁଇ ଦିନ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଆଜିଠାରୁ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଗଣ୍ଟା ମଧ୍ୟରେ ଫୁଲବାଣୀରେ ୪୯.୬ ମି.ମି ଏବଂ ନବରଙ୍ଗପୁରରେ ୨୬.୪ ମି.ମି. ବର୍ଷା ହୋଇଛି। ଆଜି(ଗୁରୁବାର) ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ହଳଦିଆ ସତର୍କତା ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।