ମୋଟିଭି ଓଡିଶା :
ଓଡିଶାରେ ଆଜି ଗଣପର୍ବ ରଜ । ମାଟି ଓ ମେଘର ମିଳନର ପର୍ବ ରଜ । ପ୍ରଥମ ବର୍ଷାର ପହିଲି ପରସ ମାଟି ଛୁଇଁଲେ, ଆର୍ଦ୍ର ହୋଇ ଉଠେ ପୃଥିବୀ । ସତେ ଯେମିତି ବହୁ ଦିନରୁ ପ୍ରତିକ୍ଷୀତ ଏଇ ମାଟି, ବର୍ଷାର ସ୍ପର୍ଶରେ ହୋଇ ଉଠେ ପରିପୂର୍ଣ୍ଣା । ଭୁରୁଭୁରୁ ଗନ୍ଧରେ ମହକି ଉଠେ ଧରାପୃଷ୍ଠ । ଋତୁମତୀ ଧରାର ସଂକେତ ବହନ କରି ଶୃଙ୍ଗାରରେ ସଜେଇ ହୁଏ ଧରିତ୍ରୀରାଣୀ । ଶରୀର ପାଇଁ ବିଶ୍ରାମ ଆଉ ମନ ପାଇଁ ଆନନ୍ଦ ଓ ଉଲ୍ଲାସର ପର୍ବ ରଜରେ ଭୁଇଁରେ ଖାଲି ପାଦରେ ଚାଲିବା ମନା । ଏହି ଅବସରରେ ପୁରପଲ୍ଲୀରେ ଝିଅମାନେ ନୂଆ ପୋଷାକ ପିନ୍ଧି ପୋଡପିଠା ଖାଇ, ରଜ ପାନର ମଜା ନେଇ ଗାଁ ଗାଁ ବୁଲିଥାନ୍ତି । ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ଉତ୍ସବରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ବସୁମତୀ ମାର ଆଶୀର୍ବାଦରୁ ଚଳିତ ବର୍ଷ ଭଲ ଫସଲ ହେଉ ଏବଂ ଏହି ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ,ଉତ୍ସାହ ଓ ଉଲ୍ଲାସ ଭରିଦେଉ ।
More Stories
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲେ ମୁଖ୍ୟ ଶାସନ ସଚିବ।
ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା ।