ମୋଟିଭି ଓଡିଶା / ପୁରୀ :
ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ଏହା ପୂର୍ବରୁ ଅନୁଷ୍ଠିତ ହୋଇଯାଇଛି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ବୈଠକରେ ରାଜେନ୍ଦ୍ରାଭିଷେକଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି ଛତିଶା ନିଯୋଗ । ଶୃଙ୍ଖଳିତ ନୀତି କାନ୍ତି ସହ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା କିଭଳି ସୁରୁଖୁରୁରେ ସମ୍ପନ୍ନ ହେବ ସେନେଇ ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହଯୋଗ ଲୋଡିଥିଲା ଶ୍ରୀମନ୍ଦିର ପ୍ରଶାସନ । ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ବିଶେଷ ନୀତିକାନ୍ତି ଥିବାରୁ ଏହାକୁ କିଭଳି ଶୃଙ୍ଖଳିତ ଭାବେ ପରିଚାଳିତ କରାଯିବ ସେନେଇ ବିଶେଷ ଗୁରୁତ୍ୱ ଦିଆଯାଇଛି ।

ସ୍ନାନ ପୂର୍ଣ୍ଣିମା ଦିନ ପହଣ୍ଡି ସମୟ ଭୋର ୪ଟାରୁ ୬ଟା ରହିଛି । ଏହାପରେ ଅନ୍ୟାନ୍ୟ ନୀତିକାନ୍ତି ବଢ଼ିବା ପରେ ଦିନ ୨ଟାରେ ଛେରା ପହଁରା, ୨ଟା ୪୦ରେ ହାତୀବେଶ, ୬ଟା ୩୦ରୁ ୯ଟା ୩୦ ମଧ୍ୟରେ ସାହାଣମେଲା ଦର୍ଶନ ରହିଛି । ପରେ ୧୦ଟା ୩୦ରୁ ରାତ୍ର ୧ଟା ମଧ୍ୟରେ ବାହୁଡ଼ା ପହଣ୍ଡି, ୧ଟା ୩୦ରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି କରାଯିବା ନେଇ ନୀତି ନିର୍ଘଣ୍ଟରେ ସୂଚନା ଦିଆଯାଇଛି । ତେବେ ଉକ୍ତ ଦିନର ନୀତି ଅନୁଯାୟୀ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ ହୋଇପାରେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ୧୩ ଦିନ ଅଣସର ପଡ଼ୁଥିବାରୁ ସେବାୟତ ଓ ପ୍ରଶାସନ ପାଇଁ ଏହା ଏକ ବ
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।