ମୋ ଟିଭି ଓଡିଶା :
ମୌସୁମୀ ଋତୁରେ ଗ୍ରୀଷ୍ମର ରାଜ। ଜଳୁଛି ଦିନ, କିନ୍ତୁ ତାତିରେ ଲାଗିପାରେ ବ୍ରେକ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହେବ ବଡ଼ ବର୍ଷା । ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନାଗିରି, କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଏଥି ସହ ଘଡଘଡି ବିଜୁଳି ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
More Stories
ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା ।
ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ ।