February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

UGC-NET ପରୀକ୍ଷା ରଦ୍ଦ,ହେବ CBI ତଦନ୍ତ…..

ମୋ ଟିଭି ଓଡିଶା / ନୂଆ ଦିଲ୍ଲୀ :

ପରୀକ୍ଷା ସରିବାର ଦିନକ ପରେ UGC-NET ପରୀକ୍ଷାକୁ ରଦ୍ଦ କରିଛି ଶିକ୍ଷା ମନ୍ତ୍ରାଳୟ। ପରୀକ୍ଷା ରଦ୍ଦ ହୋଇଥିବାରୁ ପୁଣିଥରେ ପରୀକ୍ଷା କରିବାକୁ ମନ୍ତ୍ରାଳୟର ନିଷ୍ପତ୍ତି ନେଇଛି। ମଙ୍ଗଳବାର ଦେଶର ବିଭିନ୍ନ ସ୍ଥାନରେ ପ୍ରାୟ ୧୧ ଲକ୍ଷ ପିଲା ପରୀକ୍ଷା ଦେଇଥିଲେ। ତେବେ ପରୀକ୍ଷାର ସ୍ୱଚ୍ଛତା ନେଇ ସନ୍ଦେହ ସୃଷ୍ଟି ହେବାରୁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ ପରୀକ୍ଷାକୁ ରଦ୍ଦ କରି ଦେଇଛି। ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟର ଆସିସଷ୍ଟାଣ୍ଟ ପ୍ରଫେସର ପାଇଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଦେଶର ୩୧୭ଟି ସହରର ୧୨୦୫ ପରୀକ୍ଷା କେନ୍ଦ୍ରରେ ପିଲାମାନେ ନିଜର ଭାଗ୍ୟ ପରୀକ୍ଷା କରିଥିଲେ। ଶିକ୍ଷା ମନ୍ତ୍ରଣାଳୟ ଗୋଟିଏ ବିବୃତିରେ କହିଛି ଯେ UGC- NETର ଜୁନ ପରୀକ୍ଷର ମଙ୍ଗଳବାର ଶେଷ ହୋଇଥିଲା। ୨ଟି ପର୍ଯ୍ୟାୟରେ ସମଗ୍ର ଦେଶରେ ଓଏମଆର ମୋଡରେ ପରୀକ୍ଷା ହୋଇଥିଲା। ତେବେ ପରୀକ୍ଷାକୁ ନେଇ ଜୁନ ୧୯ରେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାଶନାଲ ସାଇବର କ୍ରାଇମ ଥ୍ରେଟ ଆନାଲିଟିକ ୟୁନିଟ ଅଫ ଇଣ୍ଡିଆନ ସାଇବର କ୍ରାଇମ କୋର୍ଡିନେସର ସେଣ୍ଟର ପକ୍ଷରୁ କିଛି ତଥ୍ୟ ମିଳିଥିଲା। ପ୍ରାଥମିକ ତଥ୍ୟରୁ ସ୍ପଷ୍ଟ ହୋଇଛି ଯେ ପରୀକ୍ଷାର ସ୍ୱଚ୍ଛତାରେ ବୁଝାମଣା ହୋଇଛି। ତେଣୁ ପରୀକ୍ଷାକୁ ରଦ୍ଦ କରାଯାଉଛି

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।