MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭାରତ ଟି-୨୦ ଚାମ୍ପିୟନ୍‌,ଅଭିନନ୍ଦନ ଜାଣିଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ,ଶାହା,ରାହୁଲ ଗାନ୍ଧୀ……

ମୋ ଟିଭି ଓଡିଶା / ନୂଆ ଦିଲ୍ଲୀ :

ଦୀର୍ଘ ୧୩ ବର୍ଷ ପରେ ଭାରତ ଟି-୨୦ ବିଶ୍ବକପ ହାତେଇଛି | ବାର୍ବୋଡାସ୍‌ର ବ୍ରିଜ୍‌ଟୋନର କେସିଙ୍ଗଟୋନ୍ ଓଭାଲରେ ଟିମ୍ ଇଣ୍ଡିଆ ଏବଂ ଦକ୍ଷିଣ ଆଫ୍ରିକା ମୁହାଁମୁହିଁ ହୋଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଏବଂ ବିଜୟୀ ପାଇଁ ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ ଦେଇଥିଲେ। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭାରତ ୭ ରନରେ ପରାସ୍ତ କରିଛି । ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ ଚାମ୍ପିଅନ ହୋଇଛି। ୨୦୦୭ରେ ଅନୁଷ୍ଠିତ ପ୍ରଥମ ଟି-୨୦ ବିଶ୍ବକପରେ ଭାରତ ଚାମ୍ପିଅନ ହୋଇଥିଲା । ଟି-୨୦ ବିଶ୍ବକପ ଫାଇନାଲରେ ଦକ୍ଷିଣ ଆଫ୍ରିକା ଆଗରେ ୧୭୭ ରନର ବିଜୟ ଲକ୍ଷ୍ୟ ରଖିଲା ଭାରତ। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୭ ଓ୍ବିକେଟ ବିନିମୟରେ ୧୭୬ ରନ ସଂଗ୍ରହ କରିଥିଲା।

ଭାରତ ପ୍ରାରମ୍ଭିକ ପର୍ଯ୍ୟାୟରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବାବେଳେ ବିରାଟ କୋହଲି ୭୬ ଏବଂ ଅକ୍ଷର ପଟେଲ ୪୭ ରନର ଲଢୁଆ ପ୍ରଦର୍ଶନ ଟିମ ଇଣ୍ଡିଆର ସ୍କୋର ୧୭୬ କରିବାରେ ସହାୟକ ହୋଇଥିଲା। ଶିଭମ ଦୁବେ ୨୭ ରନ କରିଥିବାବେଳେ ଦଳର ପ୍ରଦର୍ଶନ ଭଲ ରହିଥିଲା। ଭାରତ ଟି-୨୦ ବିଶ୍ୱକପ୍‌ ଜିତିବା ପରେ ବିଭିନ୍ନ ମହଲରୁ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛାର ସୁଅ ଛୁଟିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ କ୍ରିକେଟ୍‌ ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି| ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ‘ଟି –ଟ୍ୱେଣ୍ଟି ବିଶ୍ୱକପ ଜିତିବା ପାଇଁ ଟିମ୍ ଇଣ୍ଡିଆକୁ ମୋର ହାର୍ଦ୍ଦିକ ଅଭିନନ୍ଦନ। କଦାପି ହାର ମାନି ନ ଥିବାରୁ ଦଳ କଠିନ ପରିସ୍ଥିତିର ସମ୍ମୁଖୀନ ହୋଇଥିଲା ଏବଂ ଟୁର୍ଣ୍ଣାମେଣ୍ଟରେ ଉତ୍କୃଷ୍ଟ ଦକ୍ଷତା ପ୍ରଦର୍ଶନ କରିଥିଲା। ଫାଇନାଲ ମ୍ୟାଚରେ ଏହା ଏକ ଅସାଧାରଣ ବିଜୟ ଥିଲା। ସାବାସ୍‌, ଟିମ୍ ଇଣ୍ଡିଆ!’ |

ସେହିପରି ବିଶ୍ୱ ବିଜୟୀ ଭାରତୀୟ କ୍ରିକେଟ ଟିମ୍‌କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ କ୍ରିକେଟ ଦଳର ଏହି ଅଦ୍ଭୂତପୂର୍ବ ବିଜୟରେ ୧୪୦ କୋଟି ଭାରତୀୟଙ୍କ ତରଫରୁ ମୁଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ସେ କହିଛନ୍ତି। ଭାରତୀୟ ଖେଳାଳିଙ୍କ ଉପଲବ୍ଧିରେ ଦେଶର କୋଣ ଅନୁକୋଣରେ ପ୍ରତ୍ୟେକ ବ୍ୟକ୍ତି ଗର୍ବିତ। ୨୦ ଦେଶ ଅଂଶଗ୍ରହଣ କରିଥିବା ଟୁର୍ନାମେଣ୍ଟରେ ଗୋଟିଏ ବି ମ୍ୟାଚ୍‌ ନ ହାରି ଚାମ୍ପିୟନ ହେବା ଆମ ପାଇଁ ଅତ୍ୟନ୍ତ ଗର୍ବର ମୂହୂର୍ତ୍ତ ବୋଲି ସେ କହିଛନ୍ତି। ସେହିପରି ଭାରତର ବିଶ୍ୱକପ୍‌ ବିଜୟୀ ପାଇଁ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ଠାରୁ ଆରମ୍ଭ କରି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପର୍ଯ୍ୟନ୍ତ ବିଭିନ୍ନ ନେତା ମାନେ ସୋସିଆଲ ମିଡ଼ିଆ ମାଧ୍ୟମରେ ରୋହିତ ବାହିନୀକୁ ଶୁଭେଛା ଜଣାଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।