February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପିଲା ଚୋରକୁ ଧରି ପୁଲିସ ଜିମାଦେଲେ ସ୍ଥାନୀୟ ଲୋକେ

ସୋର ପୌରପାଳିକା ଅନ୍ତର୍ଗତ ଷ୍ଟେସନଛକ ନିକଟରୁ ଜଣେ ପିଲାଚୋରକୁ ଧରି ସ୍ଥାନୀୟ ଲୋକେ ପୁଲିସ ଜିମା ଦେଇଥିବା ଜଣାପଡିଛି। ସୋର ଥାନା ଅନ୍ତର୍ଗତ ରଘୁନାଥପୁର ଗଞ୍ଜ ଗ୍ରାମର ହୃଷିକେଶ ମାସନ୍ତ ଏହି ସ୍ଥାନରେ ଏକ ଷ୍ଟେସନାରୀ ଦୋକାନ କରିଛନ୍ତି। ଦୋକାନରେ ତାଙ୍କ ସ୍ତ୍ରୀ ଏବଂ ୯ ବର୍ଷର ଶିଶୁକନ୍ୟା ରୁହନ୍ତି। ଆଜି ସନ୍ଧ୍ୟାରେ ଦୋକାନ ଭିଡ଼ଥିବାର ସୁଯୋଗନେଇ ଜଣେ ଅଣ ଓଡ଼ିଆ ଯୁବକ ଦୋକାନ ନିକଟରେ ପହଞ୍ଚି ଶିଶୁକନ୍ୟାକୁ ପ୍ରଲୋଭନ ଦେଖାଇ ଜବରଦସ୍ତ ନେଇଯାଉଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ତାଙ୍କୁ ଅଟକାଇ ଶିଶୁକନ୍ୟାକୁ ଉଦ୍ଧାର କରିବା ସହିତ ଯୁବକକୁ ଅଟକ ରଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଥାନାରେ ଅଟକ ରଖି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।