MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ପହଣ୍ଡି ବେଳେ ବଡ଼ ଠାକୁର ପଡିଯିବା ଘଟଣା । ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୋ ଟିଭି ଓଡିଶା / ଭୁବନେଶ୍ଵର:

ଆଡ଼ପ ପହଣ୍ଡି ବେଳେ ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣର ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ନବୀନ।

ଚିଠିରେ ଉଲ୍ଲେଖ ରହିଛି, ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଅସ୍ମିତାର ପ୍ରତୀକ। ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ଵର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି। ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ। ମହାପ୍ରଭୁଙ୍କ ପହଣ୍ଡିବେଳେ ଏଭଳି ଅଘଟଣ ଅଶୃତପୂର୍ବ। ଏହି ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ। ରଥଯାତ୍ରାର ହଜାର ହଜାର ବର୍ଷର ପୁରୁଣା ପରମ୍ପରାରେ ଏଭଳି ଘଟଣା କେବେ ଘଟି ନଥିଲା। ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣକୁ ବିଶ୍ଵାସ କରି ହେଲାନାହିଁ।

ଚିଠିର ଜବାବ ଚିଠିରେ ଦେଲେ ମୁଖ୍ୟମନ୍ତ୍ରୀ ମୋହନ:-

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବିଷ୍ୟତରେ ଏପରି ଘଟଣା ପୁନରାବୃତ୍ତି ନହେବା ପାଇଁ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ନବୀନଙ୍କ ପରାମର୍ଶ ସବୁବେଳେ ତାଙ୍କ ପାଇଁ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୋହନ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଗତର ନାଥ ଜଗନ୍ନାଥ କେବଳ ଓଡ଼ିଆ ଜାତିର ଅସ୍ମିତାର ପ୍ରତୀକ ନୁହଁନ୍ତି, ସେ ସାରା ଜଗତ ଅର୍ଥାତ ସ୍ବର୍ଗ, ମର୍ତ୍ତ୍ୟ ଓ ପାତାଳର ନାଥ ଅଟନ୍ତି । ପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ମିଳିତ ସମାହାର ଏବଂ ତାଙ୍କର ପୂଜନ ବିଧି ବ୍ୟବସ୍ଥା ସାରା ଜଗତରେ ବିରଳ । ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା ସେଥିରେ ସାରା ଜଗତ ଦୁଃଖିତ । ତେଣୁ ଆପଣ ଏ ଘଟଣାରେ ମର୍ମାହତ ହେବା ସ୍ଵାଭାବିକ । ମୁଁ ମଧ୍ୟ ଗଭୀର ଭାବେ ମର୍ମାହତ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଆଡପ ମଣ୍ଡପ ପହଣ୍ଡି ବିଜେ ସମୟରେ ହୋଇଥିବା ଅଘଟଣ ବିଷୟରେ ଜାଣିବାପରେ ମୁଁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ତୁରନ୍ତ ପୁରୀ ଯିବାକୁ ନିର୍ଦ୍ଦେଶ ଦେଇଥିଲି । ଏହା ସହିତ ଭବିଷ୍ୟତରେ ଏହାର ଯେପରି ପୁନରାବୃତ୍ତି ନଘଟିବ ସେଥିପାଇଁ ଯତ୍ନବାନ ହେବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଛି । ଏ ସମ୍ବନ୍ଧରେ ଆପଣ ମୋତେ ଲେଖିଥିବା ପତ୍ରକୁ ମୁଁ ଗୁରୁତ୍ବର ସହ ପାଠ କରିଛି । ଆମେ ସମସ୍ତେ ମିଶି ଚତୁର୍ଦ୍ଧାମୂର୍ତ୍ତିଙ୍କ ସମସ୍ତ ସେବା ଓ ଶ୍ରୀଗୁଣ୍ଡିଚା ଯାତ୍ରା ସଠିକ ଭାବେ ସମ୍ପନ୍ନ କରିବା । ଆପଣଙ୍କର ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହିତ ଗ୍ରହଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।