MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜିଲ୍ଲା ସ୍ତରୀୟ ଆଦିବାସୀ ଦିବସ ପାଇଁ ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଜିଲ୍ଲା ସଙ୍ଘ ର କର୍ମକର୍ତ୍ତା।


ମୋ ଟିଭି ଓଡିଶା / କଳାହାଣ୍ଡି : ୨୧/୦୭


ବିଶ୍ୱ ଆଦିବାସୀ ଦିବସ ଆସନ୍ତା ଅଗଷ୍ଟ ୯ ତାରିଖରେ ପାଳନ ହେବାକୁ ଥିବା ବେଳେ କଳାହାଣ୍ଡି ଜିଲ୍ଲା ଆଦିବାସୀ ସଙ୍ଘ ପକ୍ଷରୁ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ନେତୃତ୍ୱରେ ଗଣଶିକ୍ଷା ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ମୁଖ୍ୟ ଅତିଥି ଭାବେ ଆଦିବାସୀ ଦିବସ ରେ ନିମନ୍ତ୍ରଣ କରିବାକୁ ରବିବାର ଭୁବନେଶ୍ୱର ରେ କଳାହାଣ୍ଡି ଜିଲ୍ଲା ଆଦିବାସୀ ସଙ୍ଘ ପକ୍ଷରୁ ନିମନ୍ତ୍ରଣ ପତ୍ର ଦେଇଛନ୍ତି। ନିମନ୍ତ୍ରଣ ପତ୍ର ପ୍ରଦାନ ଅବସର ରେ କଳାହାଣ୍ଡି ଜିଲ୍ଲା ଆଦିବାସୀ ସଂଘର ସଭାପତି ପ୍ରକାଶ ଚନ୍ଦ୍ର ମାଝୀ ଜିଲ୍ଲା ସମ୍ପାଦକ ସାଗର ମାଝୀ, କୋକସରା ବ୍ଲକ ଆଦିବାସୀ ସଂଘ ର ସଭାପତି, ହେମନ୍ତ ମାଝୀ ସାଧାରଣ ସମ୍ପାଦକ ତ୍ରିନାଥ ଶବର ପ୍ରମୁଖ ଉପସ୍ଥିତ ଥିଲେ। ଗଣଶିକ୍ଷା ମନ୍ତ୍ରୀ ଏହି ସମାରୋହରେ ଯୋଗଦେବାକୁ ସ୍ୱୀକୃତି ପ୍ରଦାନ କରିଥିବା ଜଣାପଡିଛି। ଜିଲ୍ଲା ସ୍ତରୀୟ ଆଦିବାସୀ ଦିବସ କୋକସରା ବ୍ଲକ ରେ ପାଳନ ହେବାକୁ ସ୍ତିରୀକୃତ ହୋଇଥିବା ନେଇ ଆଦିବାସୀ ସଂଘ କୋକସରା ବ୍ଲକ ସାଧାରଣ ସମ୍ପାଦକ ତ୍ରିନାଥ ଶବର ସୂଚନା ଦେଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।