February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅନାସ୍ଥା ଭୋଟରେ ପଦବୀ ହରାଇଲେ ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା


କନ୍ଧମାଳ::(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

ଦୀର୍ଘ ଚାରି ମାସ ଧରି ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷାଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ନେଇ ଚାଲି ଥିବା ନାଟକର ଅନ୍ତ ଘଟିଛି। ମଙ୍ଗଳବାର ପ୍ରସ୍ତାବ ଉପରେ ଅନୁଷ୍ଠିତ ମତଦାନରେ ପରାଜିତ ହୋଇଛନ୍ତି ଅଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି। ୧୩ ଜଣ କାଉନସିଲରଙ୍କ ମଧ୍ୟରୁ ୧୧ ଜଣ ମତଦାନରେ ଅଂଶଗ୍ରହଣ କରିଥିଲେ। ୧୦ ଜଣ ଅନାସ୍ଥା ସପକ୍ଷରେ ଭୋଟ ଦେଇ ଥିବା ବେଳେ ଗୋଟିଏ ଭୋଟ ନାକଚ ହୋଇଥିଲା। ବିଜେପିର ଦୁଇ କାଉନସିଲର ଆଜିର ବୈଠକରେ ଅନୁପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ, ସ୍ମିତାରାଣୀ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଜିତି ପୌରାଧ୍ୟକ୍ଷା ହୋଇଥିଲେ। ବର୍ତ୍ତମାନ ଫୁଲବାଣୀ ପୌର ପରିଷଦରେ ବିଜେଡିର ୭ ଜଣ କାଉନସିଲର ଥିବା ବେଳେ ବିଜେପିର ୪ ଜଣ ଅଛନ୍ତି। ଦୁଇ ସ୍ବାଧୀନ କାଉନସିଲର ବିଜେଡିକୁ ସମର୍ଥନ ଦେଉଛନ୍ତି। ଗତ ଏପ୍ରିଲ ୧୦ ତାରିଖରେ ବିଜେଡିର ୭, ବିଜେପିର ଦୁଇ ଓ ଦୁଇ ସ୍ବାଧୀନ କାଉନସିଲରଙ୍କୁ ମିଶାଇ ସମୁଦାୟ ୧୧ ଜଣ ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଆଣିଥିଲେ।

ଏ ନେଇ ବୈଠକ ପୂର୍ବରୁ ଦୁଇ ଥର ବିଭିନ୍ନ କାରଣରୁ ବାତିଲ ହୋଇ ଶେଷରେ ଆଜି ଅନାସ୍ଥା ଉପରେ ଆଲୋଚନା ସହ ମତଦାନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ଅଧିକାରୀ ଭାବେ ଫୁଲବାଣୀ ଉପଜିଲ୍ଲାପାଳ ଚିତ୍ତ ରଞ୍ଜନ ମହନ୍ତ ବୈଠକ ପରିଚାଳନା କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।