January 27, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଲେଫ୍ରିପଡ଼ା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମୋ ଟିଭି ଓଡିଶା / ସୁନ୍ଦରଗଡ଼, ୨୯/୦୭:

ଲେଫ୍ରିପଡ଼ା ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ,ରାଉରକେଲା ତଥା ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣୀ ଉପସ୍ଥିତ ରହି ଜନ ସାଧାରଣଙ୍କ ର ଅଭିଯୋଗ ଆଦି ର ଶୁଣାଣି କରିଥିଲେ।


ଆଜି ମୋଟ ୫୫ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୩୨ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ସେହିଭଳି ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୬ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା, ସେଥି ମଧ୍ୟରୁ ୫ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା।

ଆଜି ର ଏହି ଜନ ଶୁଣାଣି ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦୁଃଖବନ୍ଧୁ ନାୟକ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ଲେଫ୍ରିପଡ଼ା ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।