February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିକାଶ ଉଇସଡମ ପାର୍କ ପରିସରରେ “ସମ୍ବଲପୁରୀ ଦିନ୍” ପାଳିତ ।

ମୋ ଟିଭି ଓଡିଶା / କଳାହାଣ୍ଡି : ୦୧/୦୮


ଅଗଷ୍ଟ ୧ ତାରିଖ କୁ ପଶ୍ଚିମ ଓଡ଼ିଶାରେ ସମ୍ବଲପୁରୀ ଦିନ ଭାବେ ପାଳନ ହେଉଥିବା ବେଳେ ଭବାନୀପାଟଣା ବିକାଶ ଉଇସଡମ ପାର୍କ ପରିସରରେ “ସମ୍ବଲପୁରୀ ଦିନ୍” ପାଳିତ ହୋଇଯାଇଛି । ଏହି ଉତ୍ସବରେ ଡ଼ ଅଜୟ କୁମାର ମିଶ୍ର ଅବସର ପ୍ରାପ୍ତ ଅଧ୍ୟକ୍ଷ ମହିଳା ମହାବିଦ୍ୟାଳୟ, ଭବାନୀପାଟଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଡ଼ ପରମେଶ୍ବର ମୁଣ୍ଡ ଅଧ୍ୟାପକ ତଥା ଓଡ଼ିଆ ବିଭାଗୀୟ ମୁଖ୍ୟ ଜୟପ୍ରକାଶ ସାନ୍ଧ୍ୟ ମହାବିଦ୍ୟାଳୟ , ଭବାନୀପାଟଣା , ଶ୍ରୀଯୁକ୍ତ ଧ୍ୟାନନନ୍ଦ ପଣ୍ଡା ପ୍ରତିଷ୍ଠାତା ପ୍ରତିଭା ଅନୁଷ୍ଠାନ, ଭବାନୀପାଟଣା, ଶ୍ରୀଯୁକ୍ତ ଭୀମସେନ ସାହୁ ବିଶିଷ୍ଟ ସମ୍ବଲପୁରୀ ନୃତ୍ୟ ଗୁରୁ, ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଦାସ ଅଧ୍ୟାପକ ଜୟପ୍ରକାଶ ସାନ୍ଧ୍ୟ ମହାବିଦ୍ୟାଳୟ , ଭବାନୀପାଟଣା, ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଡି. ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଡି.ରାମ କୁମାର , ଶିକ୍ଷା ପ୍ରଭାରୀ ଶ୍ରୀମତୀ ଡି.ବିଜୟା, ପରିଚାଳନା ମଣ୍ଡଳୀ ସଦସ୍ୟା ଶ୍ରୀମତୀ ଡି. ପଦ୍ମିନୀ, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଯୁବରାଜ ନାୟକ, ବିକାଶ ଆବାସିକ ବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଆରତୀ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ ।

ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଡି.ରାମ କୁମାର ଅତିଥିଙ୍କ ପରିଚୟ ପ୍ରଦାନ ଓ ସ୍ବାଗତ ବକ୍ତବ୍ୟ ପ୍ରଦାନ କରିଥିଲେ । ଅତିଥି ଗଣ ନିଜ ବକ୍ତବ୍ୟରେ ସମ୍ବଲପୁରୀ ଭାଷା , ସଂସ୍କୃତି, ପରମ୍ପରା, ନୃତ୍ୟ, ସଙ୍ଗୀତର ରକ୍ଷଣ ତଥା ଉନ୍ନତି ଦିଗରେ କାର୍ଯ୍ୟ କରିବା ଏବଂ ଏଥି ନିମନ୍ତେ ଗର୍ବ ଅନୁଭବ କରିବାକୁ ଆହ୍ବାନ ଦେଇଥିଲେ । ପରେ ପରେ ବିକାଶ ଆବାସିକ ବିଦ୍ୟାଳୟର ପ୍ରାୟ ତିନିଶହ ପଚାଶରୁ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀଙ୍କୁ ନେଇ ସାମୁହିକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଅଧ୍ୟକ୍ଷା ଆରତୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମକୁ ସଫଳ କରିବାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।
ରିପୋର୍ଟ—ସନତ ପ୍ରଧାନୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।