ମୋ ଟିଭି ଓଡିଶା / ସୁନ୍ଦରଗଡ଼ : ୦୫/୦୮
ସ୍ଥାନୀୟ ସଦଭାବନା ଭବନ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ, ରାଉରକେଲା ଶ୍ରୀ ଆଶୁତୋଷ କୁଲକର୍ଣି ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣ ଙ୍କ ର ଅଭିଯୋଗ ଆଦି ର ଶୁଣାଣି କରିଥିଲେ।
ଆଜି ମୋଟ ୧୨୫ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୧୦୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୧୭ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ୫୫ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ସେଥି ମଧ୍ୟରୁ ୩୩ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ଆବେଦନ ରହିଥିଲା। ସେହିଭଳି ଅନ୍ୟ ଅଭିଯୋଗ ଗୁଡ଼ିକ ର ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।
ଆଜିର ଏହି ଯୁଗ୍ମ ଅଭିଯୋଗ ଶୁଣାଣି ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦୁଃଖବନ୍ଧୁ ନାୟକ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, ପି. ଏ. ଆଇ. ଟି. ଡି. ଏ. ଶ୍ରୀ ଧୀରେନ୍ଦ୍ର ସେଠୀ ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।