ଭୁବନେଶ୍ବର (ମୋ ଟିଭି ଓଡିଶା ): ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପଶ୍ଚିମ ଓଡ଼ିଶାରୁ ଯାଇ ଅନ୍ୟତ୍ର ରହୁଥିବା ଲୋକେ ମଧ୍ୟ ଜନ୍ମମାଟିକୁ ଫେରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ବେଳେ ସରକାରୀ ସ୍ତରରେ ଛୁଟି ଘୋଷଣା କରାଯାଇଛି। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି କହିଛନ୍ତି, ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପାଳନ ହେବ। ଏହି ଦିନ ରବିବାର ପଡୁଥିବାରୁ ସେପ୍ଟେମ୍ବର ୯ ତାରିଖ ଦିନ (ସୋମବାର) ସରକାରୀ ଛୁଟି ରହିବ। ଫଳରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।