February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଆଜି ସକାଳେ ବାଣପୁର ଥାନା ଅଞ୍ଚଳରେ ପୋଲିସ ଏବଂ ଅବକାରୀ ବିଭାଗର ମିଳିତ ଚଢ଼ାଉ l

ଖୋର୍ଦ୍ଧା : ୧୭/୦୪: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ଆଜି ସକାଳେ ବାଣପୁର ଥାନା ଅଞ୍ଚଳରେ ପୋଲିସ ଏବଂ ଅବକାରୀ ବିଭାଗର ମିଳିତ ଚଢ଼ାଉ କରାଯାଇଛି। ଦାଶରଥିପୁର ଗ୍ରାମ ଏବଂ କୋଷରଡ଼ା ଜଙ୍ଗଲ ଅଞ୍ଚଳରେ ଉକ୍ତ ଚଢ଼ାଉ କରାଯାଇଥିଲା।

ଏହି ସମୟରେ କୋଷରଡ଼ା ଅଞ୍ଚଳରୁ ସମୁଦାୟ ୨୨ ହଜାର ଲିଟର ପୋଚ ଏବଂ ୨୧୦୦ ଲିଟର ଦେଶୀ ମଦ ଜବତ କରାଯାଇ ନଷ୍ଟ କରିଦିଆଯାଇଛି। ଅନୁରୂପ ଭାବେ ଦାଶରଥିପୁର ଗ୍ରାମରୁ ୪୯ ଲିଟର ଦେଶୀ ମଦ ସମେତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଉକ୍ତ ଚଢ଼ାଉରେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ନାରାୟଣ ଜେନା, ଜିଲ୍ଲା ମୋବାଇଲ ଇନ୍ସପେକ୍ଟର ତପସ୍ୱିନୀ ବରାଳ, ବାଲୁଗାଁ ଅବକାରୀ ଅଧିକାରୀ ସ୍ମିତା ପଣ୍ଡା, ବାଣପୁର ଥାନା ଏଏସଆଇ ଅନିଲ ନାୟକ ଏବଂ ପୋଲିସ ଓ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।