MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେପି ର ମିଶ୍ରଣ ପର୍ବ।


ଖୋର୍ଦ୍ଧା: ୧୯/୦୪: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ବିଜୁ ଜନତା ଦଳର କାର୍ଯ୍ୟକର୍ତ୍ତା ବିଜେଡ଼ି ଛାଡି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ‌ ହୋଇ ଚ଼ିଲିକା ବିଧାନସଭା କ୍ଷେତ୍ରର ଭାଜପା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସେମାନେ ସାମିଲ୍ ହୋଇଛନ୍ତି। ବିଷ୍ଣୁଡ଼ିହ ପଞ୍ଚାୟତ, ଡ଼ୁଙ୍ଗମାଳ ପଞ୍ଚାୟତ, ବଡ଼କୂଳ ପଞ୍ଚାୟତ ଓ ମାନସିଂହପୁର ପଞ୍ଚାୟତର‌ ମିଶିଥିବା ସମସ୍ତ ବିଜେଡ଼ି କାର୍ଯ୍ୟକର୍ତ୍ତାମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ଶ୍ରୀ ହରିଚ଼ନ୍ଦନ ସ୍ବାଗତ କରିଛନ୍ତି।ମିଶ୍ରଣ ପର୍ବରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ତଥା ଚି଼ଲିକା ବିଧାନସଭା କ୍ଷେତ୍ରର ଭାଜପା ସଂଯୋଜକ ଦୁଷ୍ମନ୍ତ ହରିଚ଼ନ୍ଦନ, ଚ଼ିଲିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚ଼ିଲିକା ବ୍ଲକ ପଞ୍ଚାୟତ ସମିତି ଉପାଧ୍ୟକ୍ଷଅରୁଣ ପଟ୍ଟନାୟକ, ବଡ଼କୂଳ ମଣ୍ଡଳ ଭାଜପା ସଭାପତି ଦିଲ୍ଲିପ ମହାନ୍ତି, ସଂଗଠକ ରାଜେଶ ନାୟକ, ତପନ ପ୍ରଧାନ, ମାନସିଂହପୁର ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ରତ୍ନାକର ବେହେରା, ବିଜେପି ନେତ୍ରୀ ମମତା ପରିଡ଼ା, କାର୍ଯ୍ୟକର୍ତ୍ତା ଯୋଗେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।ବିଜେପି ର କର୍ମକର୍ତ୍ତା ମାନେ ଦଳରେ ସାମିଲ୍ ହେବା ଦ୍ବାରା ଦଳର ସଂଗଠନ ତୃଣମୂଳ ସ୍ତରରେ ଆହୁରି ସଶକ୍ତ ହେବ ବୋଲି ବିଧାୟକ ପ୍ରାର୍ଥୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ମତ ପ୍ରକାଶ କରିଥଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।