February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଫଳ ବୋଝେଇ ଟ୍ରକରୁ ଚୋରା ଗଞ୍ଜେଇ ଜବତ, ୩ ଗିରଫ

ମୋ ଟିଭି ଓଡିଶା / ଭୁବନେଶ୍ୱର :

ଥମୁନି ଗଞ୍ଜେଇ ଚୋରା ଚାଲାଣ। ତାହା ପୁଣି ଅଭିନବ ଉପାୟ। ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ଵରରେ । ଏକ ଫଳ ବୋଝେଇ ଟ୍ରକରୁ ମିଳିଛି ଚୋରା ଗଞ୍ଜେଇ । ଆନ୍ଧ୍ର ପ୍ରଦେଶରୁ ଏକ ଟ୍ରକ ଫଳ ବୋଝେଇ କରି ଭୁବନେଶରକୁ ଆସୁଥିବାବେଳେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ୮୦୮ କିଲୋରୁ ଅଧିକ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ୧ କୋଟି ୬୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ରବିବାର ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତରେ ଛକି ରହିଥିଲେ। ଏହି ସମୟରେ ଫଳ ବୋଝେଇ ଟ୍ରକଟି ସେହି ରାସ୍ତା ଦେଇ ଯାଇଥିଲା। ଏକ କାର୍‌ ତାକୁ ଏସ୍କର୍ଟ ଦେଇ ଆଣୁଥିଲା। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଗଞ୍ଜେଇ ଭର୍ତ୍ତି ଟ୍ରକ୍ ଓ କାର୍‌କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ହେଲେ ସେମାନେ ଡିଆରଆଇ ର କର୍ମଚାରୀଙ୍କୁ ଦେଖି ଦ୍ରୁତ ଗତିରେ ଗାଡ଼ି ଚଲାଇଥିଲେ।

ପରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଟ୍ରକ୍ ଓ କାରକୁ ପିଛା କରିଥିଲେ। ଟ୍ରକ୍‌ଟି ଦ୍ରୁତ ଗତିରେ ଆସି ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଥିବା କ୍ରିଷ୍ଣାଭରମ୍ ଟୋଲଗେଟକୁ ଧକ୍କା ଦେଇଥିଲା। ପରେ କାରଟି ମଧ୍ୟ ସେଠାରେ ଅଟକି ଯାଇଥିଲା। କର୍ମଚାରୀମାନେ କାର୍‌ ଓ ଟ୍ରକ୍‌କୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଟ୍ରକ୍ ଓ କାର୍‌ରୁ ପ୍ୟାକେଟ ପ୍ୟାକେଟ ଗଞ୍ଜେଇ ଜବତ କରିଥିଲେ। ପ୍ରାୟ ୮୦୮.୧୮ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଡିଆରଆଇ ପକ୍ଷରୁ କାର୍ ଓ ଫଳ ବୋଝେଇ ଟ୍ରକ୍‌କୁ ଜବତ କରାଯାଇଛି ଓ ଘଟଣାର ତଦନ୍ତ କରାଯାଉଛି। ଡିଆରଆଇ ପକ୍ଷରୁ ଘଟଣାର ଅଧିକ ତଦନ୍ତ କରାଯାଉଥିବାବେଳେ ୩ ଜଣଙ୍କୁ ଗିରଫ କରାଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।