February 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର ( ମୋ ଟିଭି ଓଡିଶା ) :

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତେବେ‌ ଗତକାଲିର ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହା ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ୨୩ ତାରିଖ ବେଳକୁ ଏହା ଅବପାତର ରୂପ ନେବା ନେଇ ସୂଚନା ରହିଛି। ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଝଟକା ପବନର ବେଗ ୬୦କି.ମି. ଛୁଇଁପାରେ।

କେନ୍ଦ୍ରୀୟ, ଦକ୍ଷିଣ ଏବଂ ଉତ୍ତର ବଙ୍ଗୋପସାଗର କିଛି ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୫୫କି.ମି. ବହିପାରେ। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୧ତାରିଖ ସୁଦ୍ଧା ଉପକୂଳକୁ ଫେରିବା ଆସିବାକୁ କୁହାଯାଇଥିବାବେଳେ ସମୁଦ୍ର ଅଶାନ୍ତ ଥିବାରୁ ୨୨ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।