January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସ୍ଥଳଭାଗ ଅଭିମୁଖେ ‘ଦାନା’ ଅଗ୍ରସର

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା ‘ଦାନା’ ସୃଷ୍ଟି ହୋଇଛି। ‘ଦାନା’ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିଥିବ।

ମୋ ଟିଭି ଓଡିଶା / ଭୁବନେଶ୍ୱର :

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା ‘ଦାନା’ ସୃଷ୍ଟି ହୋଇଛି। ‘ଦାନା’ର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୧୦ କିମି ରହିଥିବ। ଅତିରୁ ଅତିପ୍ରବଳ ବର୍ଷା ହେଉଥିବ। ବେଳେବେଳେ ପବନର ବେଗ ୧୨୦ କିମି ଛୁଇଁପାରେ। ୨୪ ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବାକୁ ଥିବା ଏହି ବାତ୍ୟାର ପ୍ରଭାବ ବହୁ କମ୍‌ ସମୟ ରହିବ। ସ୍ଥଳଭାଗରେ ମାତ୍ର ୩୦ କିମି ପର୍ଯ୍ୟନ୍ତ ବାତ୍ୟା ତାଣ୍ଡବ ରଚିବ ଏବଂ ୨୫ ତାରିଖ ଭୋର ବେଳକୁ ଗଭୀର ଅବପାତରେ ପରିଣତ ହୋଇସାରିଥିବ।  

‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି। ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆଜି ମନ୍ତ୍ରୀ ଓ ଆଇଏଏସ୍‌ଙ୍କୁ ଦାୟିତ୍ବ ଦେଇଛନ୍ତି।

ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତତ ରହିଛି।

ଆଇଏଏଫ୍ ଏନଡିଆରଏଫ୍ ଦଳ, ୧୫୦ କର୍ମଚାରୀ ଏବଂ ରିଲିଫ୍ ସାମଗ୍ରୀକୁ ଭୁବନେଶ୍ୱରକୁ ପଠାଇଛି | ପଞ୍ଜାବର ଭଟିଣ୍ଡାଠାରୁ ଗୋଟିଏ ଆଇଏଲ ୭୬ ଏବଂ ଏଏନ୍ ୩୨ ଉଡ଼ାଣ କରାଯାଇଥିଲା। ବିମାନଟି ଆଜି ସକାଳେ ଅବତରଣ କରିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।