January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖାଦ୍ୟ ସାମଗ୍ରୀ ଚଢା ଦରରେ ବିକ୍ରି ହେଉଥିଲେ ଫୋନ୍‌ କର, ହେଲ୍ପଲାଇନ୍ ନମ୍ୱର ଜାରି: ମନ୍ତ୍ରୀ

ରାଜ୍ୟରେ ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ମହଜୁଦ ରହିଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପଦାର୍ଥ ଯୋଗାଇ ଦିଆଯିବ।

ଭୁବନେଶ୍ୱର : ୨୪/୧୦

ରାଜ୍ୟରେ ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ମହଜୁଦ ରହିଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପଦାର୍ଥ ଯୋଗାଇ ଦିଆଯିବ।

ଖାଦ୍ୟ ସାମଗ୍ରୀ ନ ପାଇବାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ସରକାର ସଜାଗ ଅଛନ୍ତି। ‌ଯେଉଁ ମୁନାଫାଖୋର ବ୍ୟବସାୟୀମାନେ ଏଭଳି ସମୟରେ ଖାଦ୍ୟ ସାମଗ୍ରୀ କଳାବଜାର କରି ଚଢା ମୂଲ୍ୟରେ ବିକ୍ରି କରୁଛନ୍ତି, ସେମାନଙ୍କ ସଂପର୍କରେ ସୂଚନା ଦେବାକୁ ବିଭାଗ ପକ୍ଷରୁ ଟେଲିଫୋନ ନଂ ୦୬୭୪-୨୩୯୬୨୨୭ ଜାରି କରାଯାଇଛି।

ଏହି ନମ୍ବରରେ ସୂଚନା ଦେଲେ ସଂପୃକ୍ତ ବ୍ୟବସାୟୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।

ସମ୍ଭାବ୍ୟ ବାତ୍ୟା ପ୍ରତି ସରକାର ତୀକ୍ଷ୍ମଣ ନଜର ରଖିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଥିବା ଶ୍ରୀ ପାତ୍ର ସୂଚନା ଦେଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।