January 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।

ଆଜି ପାଇଁ ରାଜ୍ୟର ୯ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଅନୁଗୁଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଦା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । 

ଭୁବନେଶ୍ୱର : ୨୫/୧୦

ବାତ୍ୟା ପ୍ରଭାବରେ ଆଜି ମଧ୍ୟ  ବର୍ଷା ଲାଗି ରହିବ । ଏହାକୁ ନଜରରେ ରଖି ୯ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ଆଜି ପାଇଁ ରାଜ୍ୟର ୯ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଅନୁଗୁଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଦା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । 

ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା।

ସେହିପରି ଭଦ୍ରକର ଧାମରା ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟିଥିଲା। ବାତ୍ୟା ସ୍ଥଳଭାଗ ଛୁଇଁବା ପୂର୍ବରୁ ଗୁରୁବାର ଦିନତମାମ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା, ପବନ ଲାଗି ରହିଥିଲା। ଶୁକ୍ରବାର କେନ୍ଦୁଝର, ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର ଓ ପୁରୀ ଜିଲାର କେତେକ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସବୁ ଜିଲା ପାଇଁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ବୌଦ୍ଧ ଏବଂ ସୋନପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୧୬ ଜିଲା ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀରେ ବାତ୍ୟା ପ୍ରଭାବରେ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


ଗୁରୁବାର ରାତିରେ ୫ ଲକ୍ଷ ୮୪ ହଜାର ୮୮୮ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ। । ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏନ୍‌ଡିଆର୍‌ଏଫ୍‌, ଓଡିଆର୍‌ଏଫ୍‌, ଓଡ୍ରାଫ୍‌ ଏବଂ ଅଗ୍ନିଶମ ବାହିନୀ ମୁତୟନ କରାଯାଇଛି। ବାତ୍ୟା ପରବର୍ତ୍ତୀ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଥିବା ସେ କହିଛନ୍ତି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଗୁରୁବାର ପାରାଦୀପରେ ୬୨.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଚାନ୍ଦବାଲିରେ ୪୬.୨, ରାଜକନିକା ୨୭, ରାଜନଗର ୨୪, ନୀଳଗିରି ୨୩, ପଟ୍ଟାମୁଣ୍ଡାଇ ୨୨.୫, ସୋରୋ ୧୯, ବେତନଟୀ ୧୯, ଔପଦା ୧୮, ଧାମନଗର ୧୬, ସାରସକଣାରେ ୧୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


ଦାନାର ପ୍ରଭାବ କେବଳ ଓଡ଼ିଶାରେ ସୀମିତ ରହିନାହିଁ। ପଡ଼ୋଶୀ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ମଧ୍ୟ ବାତ୍ୟା ପ୍ରକୋପ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ୩.୫ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପକ୍ଷରୁ ସାଟେଲାଇଟ୍‌ ମାଧ୍ୟମରେ ନଜର ରଖାଯାଇଥିଲା।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।