January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଅନ୍ତର୍ଗତ ପଥ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଜନସଚେତତା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାରାଥନ ଏବଂ ପଥ ଉତ୍ସବ ର ଆୟୋଜନ କରାଯିବ ।

ସୁନ୍ଦରଗଡ଼(ଦେବେନ୍ଦ୍ର କୁମାର ଭିତ୍ରିଆ ) ୨୫/୧୦:

ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଜନସଚେତତା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାରାଥନ ଏବଂ ପଥ ଉତ୍ସବ ର ଆୟୋଜନ କରାଯିବ ।

ଏନେଇ ଆଜି ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁଙ୍କ ଅଧ୍ୟକ୍ଷତା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କାର୍ଯ୍ୟକ୍ରମ ଆୟୋଜନ ସମ୍ପର୍କିତ ନିଷ୍ପତି ମାନ ଗ୍ରହଣ କରାଯାଇଥିଲା।


ଚଳିତ ଅକ୍ଟୋବର ୨୯ ତାରିଖ ଦିନ ସୁନ୍ଦରଗଡ଼ ସ୍ଥିତ ଡିଆରଡିଏ ଛକ ଠାରୁ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ଛକ ପର୍ଯ୍ୟନ୍ତ ରାସ୍ତା ରେ ସକାଳ ୭:୩୦ ସମୟରୁ ଏହି ପଥ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅବସର ରେ ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ଉପରେ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏକ ମାରାଥନ ମଧ୍ୟ ଅନୁଷ୍ଠିତ ହେବ । ଏଥିରେ ଛାତ୍ରଛାତ୍ରୀ, ଜନସାଧାରଣ ଅଂଶ ଗ୍ରହଣ କରି ପାରିବେ।


ସେହିପରି ଏହି କାର୍ଯ୍ୟକ୍ରମ ଅବସର ରେ ବିଭିନ୍ନ ପ୍ରତିଯୋଗୀତା ମାନ ଆୟୋଜନ ଆୟୋଜିତ ହେବ ଯଥା – ନୃତ୍ୟ ( ଭୋଟର ସଚେତନତା ସମ୍ବନ୍ଧିତ କିମ୍ବା ଦେଶାତ୍ମମୋବୋଧକ) , ରଙ୍ଗୋଲି, ପେଣ୍ଟିଂ, କୁଇଜ୍ ଏବଂ ଓପନ ମାଇକ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତା ରେ କୃତି ପ୍ରତିଯୋଗୀ ମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯିବ ଏବଂ ପ୍ରତିଯୋଗୀତା ରେ ପ୍ରଥମ ସ୍ଥାନ ଗ୍ରହଣ କରିଥିଲେ ପ୍ରତିଯୋଗୀଙ୍କୁ ନଗଦ ୫୦୦ ଟଙ୍କା ଅର୍ଥ ରାଶି ପ୍ରଦାନ କରାଯିବ , ସେହିଭଳି କୁଇଜ୍ ପ୍ରତିଯୋଗୀତା ନିମନ୍ତେ ମଧ୍ୟ ନଗଦ ଅର୍ଥ ରାଶି ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି। ପ୍ରକାଶ ଥାଉ କି ରାଉରକେଲା ମହାନଗର ନିଗମ ଅଞ୍ଚଳ ଏବଂ ବଣେଇ ଠାରେ ମଧ୍ୟ ଏହି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।