MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବୀ


ବାଲିଗୁଡା,(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ମାଣ୍ଡିପାଙ୍ଗା ଠାରେ ଘଟିଥିବା ଅଭାବନୀୟ ଘଟଣା ପାଇଁ ସରକାରୀ ବ୍ୟବସ୍ଥା ଦାୟୀ ବୋଲି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବ୍ରଜକିଶୋର ତ୍ରିପାଠୀ କହିଛନ୍ତି ।

ହ୍ୟୁମାନ ରାଇଟସ ଫୋରମ ଅଫ ଇଣ୍ଡିଆର ଫ୍ୟାକଟ ଫାଇଣ୍ଡିଙ୍ଗ ଟିମରେ ସାମିଲ ଥିବା ବ୍ରଜକିଶୋର ତ୍ରିପାଠୀ ମଣ୍ଡିପଙ୍କା ଗ୍ରାମକୁ ଯାଇ ସ୍ଥାନୀୟ ସର୍କିଟ ହାଉସ ଠାରେ ସେ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଅନୁଭୂତି ବର୍ଣ୍ଣନା କରି ଖାଦ୍ୟ ଅଭାବରେ ବିକଳ୍ପ ନଥିବାରୁ ବିକଳରେ ଲୋକେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ବାରଣ କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି। ମାସିକ ପାଞ୍ଚ କେଜି ଚାଉଳ ଯଥେଷ୍ଟ ହେଉ ନ ଥିବାରୁ ଗରୀବ ଆଦିବାସୀ ଦଳିତ ଲୋକଙ୍କୁ ଅନ୍ତୋଦୟ ଯୋଜନା ଅନ୍ତର୍ଭୂକ୍ତ କରିବାକୁ ସେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତ।

ସେହିଭଳି ଏହି ଗାଁରେ କେହି ହେଲେ ସୁଭଦ୍ରା ଯୋଜନାରେ ଟଙ୍କା ପାଇ ନଥିବା ଅଭିଯୋଗ କରିଛନ୍ତି ଶ୍ରୀ ତ୍ରିପାଠୀ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାତ୍ର ୧୨ଜଣ ସାମିଲ ହୋଇଥିବା, ଲୋକଙ୍କ ପାଖରେ କାମ ନ ଥିବା ସେ ପ୍ରକାଶ କରିଛନ୍ତି । ଆରଡ଼ିସ ତଦନ୍ତ ବଦଳରେ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ କରାଯାଉ ବୋଲି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ତ୍ରିପାଠୀ ଦାବୀ କରିଛନ୍ତି।

ସେହିଭଳି ଜାତୀୟ ମାନବିକ ଅଧିକାର ଆୟୋଗର କୋର କମିଟି ସଦସ୍ୟ ତଥା ଏଚଆରଏଫଆଇର ଅଧ୍ୟକ୍ଷ ମନୋଜ ଜେନା ଓ ବରିଷ୍ଠ ସାମ୍ବାଦିକ ପ୍ରମୋଦ କୁମାର ସାମନ୍ତରାୟ ଏହି ଘଟଣା ଏକ ଚିନ୍ତାର ବିଷୟ ବୋଲି କହିଥିଲେ। ତିନି ମାସର ଚାଉଳ ମିଳିନଥିବା ଯୋଗୁଁ ଏହି ଦୁଃଖଦ ଘଟଣା ଘଟିଲା । ତେଣୁ ରାଜ୍ୟ ଓ ଜିଲା ପ୍ରଶାସନ ଏଥିପାଇଁ ସଂପୂର୍ଣ୍ଣ ଦାୟି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଜାତୀୟ ମାନବିକ ଅଧିକାର ଆୟୋଗଙ୍କ ନିକଟରେ ଜିଲା ଓ ବ୍ଳକ ପ୍ରଶାସନଙ୍କ ଅବହେଳା ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି ବୋଲି ପ୍ରତିନିଧିମାନେ ସୂଚନା ଦେଇଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।