MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅନ୍ତିମ ସଂସ୍କାରରେ ଯୋଗଦେବାକୁ ଯାଇଥିଲେ ହେଲେ ନିଜେ ଆଖି ବୁଜିଲେ


ବାଲିଗୁଡା : (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକର ରୁଦାଙ୍ଗିଆ ଗ୍ରାମକୁ କିଲାକିଆ ଗ୍ରାମର ସର୍ବାନନ୍ଦ ପ୍ରଧାନ (୬୧) ଏକ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଇଥିଲେ ହେଲେ ନିଜେ ଆଖି ବୁଜି ଥିବା ଭଳି ଏକ ଦୁଃଖଦ ଘଟଣା ଘଟିଛି ରୁଦାଙ୍ଗିଆରେ।

ଶୁକ୍ରବାର ସକାଳ ପ୍ରାୟ ଆଠଟା ସମୟରେ କିଲାକିଆରୁ ରୁଦାଙ୍ଗିଆ ଅନ୍ତିମ ସଂସ୍କାର କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଅଟୋଟି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିବାରୁ ସେଥିରେ ଥିବା ୫ଜଣ ଯାତ୍ରୀ ଆହତ ହୋଇ ଜି.ଉଦୟଗିରି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ।

ସେମାନଙ୍କ ମଧ୍ୟରୁ ସର୍ବାନନ୍ଦ ପ୍ରଧାନ (୬୧) ଓ ଦିବାକର ପ୍ରଧାନ (୩୮) ଙ୍କୁ ଗୁରୁତର ଅବସ୍ଥାରେ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟରେ ସର୍ବାନନ୍ଦଙ୍କ ପରଲୋକ ହୋଇଥିବା ଜଣାପଡିଛି। ଘଟଣାସ୍ଥଳରେ ଜି.ଉଦୟଗିରି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଥିବା ଜଣାପଡିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।