January 8, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଙ୍କ ସୁନ୍ଦରଗଡ଼ ଗସ୍ତ

ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗତକାଲି ସୁନ୍ଦରଗଡ଼ ଗସ୍ତରେ ଆସିଥିଲେ।

ସୁନ୍ଦରଗଡ଼ (ଦେବେନ୍ଦ୍ର କୁମାର ଭିତ୍ରିଆ) : ୧୩/୧୧:

ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗତକାଲି ସୁନ୍ଦରଗଡ଼ ଗସ୍ତରେ ଆସିଥିଲେ। ଏହି ଗସ୍ତ ସମୟରେ ସେ ଜିଲ୍ଲାର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ।


ଏହି କ୍ରମରେ ମାନ୍ୟବର ମନ୍ତ୍ରୀ ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟ ପରିଦର୍ଶନ କରିବା ସମୟରେ ମହାବିଦ୍ୟାଳୟର ଅଧ୍ୟାପକ ଏବଂ ଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ। ଛାତ୍ରୀ ମାନେ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ମାନ୍ୟବର ମନ୍ତ୍ରୀ ଙ୍କୁ ଅବଗତ କରେଇଥିଲେ । ପରେ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ପରିଦର୍ଶନ କରିବା ସମୟରେ ସ୍ଥାନୀୟ କଳାକାର ମାନେ ଗୀତ ବାଦ୍ୟ ନୃତ୍ୟ ମାଧ୍ୟମରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। କାର୍ଯ୍ୟାଳୟରେ କେତେ କର୍ମଚାରୀ ଅଛନ୍ତି ଆଉ କେତେ କର୍ମଚାରୀ ଅବସ୍ଥାପିତ ହୋଇନାହାନ୍ତି , ତା ସହିତ କାର୍ଯ୍ୟାଳୟର ଅନ୍ୟାନ୍ୟ ସମସ୍ୟା ଆଦି ପଚାରି ବୁଝିଥିଲେ ଏବଂ ସେହିପରି ଜିଲ୍ଲା ପାଠାଗାର ମଧ୍ୟ ଯାଇଥିଲେ ଏବଂ ସେଠାକାର ପୁସ୍ତକ ଆଦି ଦେଖିବା ସହିତ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କ ସହିତ ପାଠାଗାର ସମ୍ପର୍କରେ ଆଲୋଚନା କରିଥିଲେ।


ପରେ ପରେ ମାନ୍ୟବର ମନ୍ତ୍ରୀ ସ୍ପୋର୍ଟସ କମ୍ପ୍ଲେକ୍ସ ,ଭବାନୀପୁର ଏବଂ ଭବାନୀ ଭବନ ଷ୍ଟାଡିୟମ୍ ଗସ୍ତ କରିଥିଲେ । ଏହି ସମୟରେ ସେ ହକି, ଫୁଟବଲ, ତୀରନ୍ଦାଜ, ଭଲିବଲ୍, ବକ୍ସିଂ, ସିପକଟାକ୍ରୋ ଆଦି ର ପ୍ରଶିକ୍ଷାର୍ଥୀ ଏବଂ ପ୍ରଶିକ୍ଷକ ମାନଙ୍କ ସହ ଆଲୋଚନା କରିଥିଲେ l ନିଜ ନିଜ କ୍ଷେତ୍ରରେ ଥିବା ଅସୁବିଧା ଆଦି ସମ୍ପର୍କରେ ପଚାରି ବୁଝିଥିଲେ।

Latest news
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲ... ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା । ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି.ନାରାୟଣନ । ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦିଲ୍ଲୀର ରାଷ୍ଟ୍ରୀୟ ସ୍ମୃତି ପରିସରରେ ନିର୍ମାଣ ହେବ ଦିବଙ୍ଗତ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି । ଆଜିଠୁ ଆରମ୍ଭ ହେଉଛି ପ୍ରବାସୀ ଭାରତୀୟ ଦିବସ। ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି । ପୁଣି ବାଘକୁ ନେଇ ମୁହାଁମୁହିଁ ଓଡ଼ିଶା ପଶ୍ଚିମବଙ୍ଗ। ୪-୫ଦିନ ମଧ୍ୟରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ରାଶି ।