MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ତିନିଦିନିଆ ଭୁବନେଶ୍ବର ଗସ୍ତରେ ପ୍ରଧାନମନ୍ତ୍ରୀ ।

ତିନିଦିନିଆ ଭୁବନେଶ୍ବର ଗସ୍ତରେ ପ୍ରଧାନମନ୍ତ୍ରୀ । ଡିଜି ସମ୍ମିଳନୀ ବ୍ୟତୀତ ସାଧାରଣ ସଭା ରୋଡ ସୋ’ ଓ ପାର୍ଟି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ ।

ଆସନ୍ତା ୩୦ ତାରିଖରେ ପୋଲିସ ଡିଜି ସମ୍ମିଳନୀରେ ଯୋଗଦାନ କରିବା ପାଇଁ ତିନିଦିନିଆ ଭୁବନେଶ୍ବର ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୁଖ୍ୟ କାର୍ଯ୍ୟକ୍ରମ ବ୍ୟତୀତ ପ୍ରଧାନମନ୍ତ୍ରୀ ଏକାଧିକ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ । ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସହ ରୋଡ ସୋ’ ମଧ୍ୟ କରିବେ ପ୍ରଧାନମନ୍ତ୍ରୀ । ଏହା ସହ ପ୍ରଧାନମନ୍ତ୍ରୀ ପାର୍ଟି ଅଫିସରେ ଦଳୀୟ ସାଂସଦ-ବିଧାୟକ ଓ ସାଙ୍ଗଠନିକ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦିନ ଅର୍ଥାତ ୨୯ ତାରିଖରେ ଦଳର ଅନ୍ୟତମ ତୁଙ୍ଗ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଓଡିଶା ଗସ୍ତରେ ଆସୁଛନ୍ତି ବୋଲି ସୂଚନା ଦେଇଛନ୍ତି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ।

ଗତକାଲି (ମଙ୍ଗଳବାର) ସଂଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ପୋଲିସ, ଅଗ୍ନିଶମ, ଟେଲିକମ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ । ରାଜ୍ୟ ବିଜେପି ସଭାପତିଙ୍କ ସମେତ ବରିଷ୍ଠ ପଦାଧିକାରୀ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ଏହା ସହିତ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଓ ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆଲୋଚନା କରିଥିଲେ ।

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସୂଚନା ଅନୁସାରେ, ୨୯ ତାରିଖ ମଧ୍ୟାହ୍ନରେ ପହଞ୍ଚିବେ ଗୃହମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୪.୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିବେ । ବିମାନ ବନ୍ଦରରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯିବ । ପରେ ସେ ବିମାନବନ୍ଦର ନିକଟରେ ଏକ ସାଧାରଣ ସଭାରେ ଅଂଶଗ୍ରହଣ କରିବା ପରେ ଏକ ବିଶାଳ ରୋଡ ସୋ’ରେ ରାଜଭବନରେ ପହଞ୍ଚିବେ । ସେଠାରୁ ପ୍ରଧାନମନ୍ତ୍ରୀ ରାଜ୍ୟ ପାର୍ଟି ମୁଖ୍ୟାଳୟ ଆସିବେ । ବିଧାୟକ-ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି । ୨ଘଣ୍ଟା ଦଳୀୟ କାର୍ଯ୍ୟାଳୟରେ ରହିବା ସହ ସମସ୍ତଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ପରେ ରାଜଭବନ ଫେରିଯାଇ ରାତ୍ରିଯାପନ କରିବେ ।

ପରଦିନ ଅର୍ଥାତ ୩୦ ତାରିଖରେ ଡିଜି ସମ୍ମିଳନୀରେ ଦ୍ବିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ । ଡିସେମ୍ବର ପହିଲାରେ ଡିଜି ସମ୍ମିଳନୀର ଅନ୍ତିମ ତଥା ଉଦଯାପନୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ସହ ସମ୍ମିଳନୀ ଶେଷ ହେବ । ପ୍ରଧାନମନ୍ତ୍ରୀ ଡିସେମ୍ବର 1 ତାରିଖ ଅପରରାହ୍ନରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜାରି ରହିଥିବା ବେଳେ ଭାରତୀୟ ଜନତା ପାର୍ଟି କ୍ୟାମ୍ପରେ ମଧ୍ୟ ବେଶ ଉତ୍ସାହ ଦେଖିବାକୁ ମିଳିଛି ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।