February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଦିବାସୀ ମହାବିଦ୍ୟାଳୟ ରେ ୭୫ତମ ସମ୍ବିଧାନିକ ଦିବସ ପାଳିତ


ବାଲିଗୁଡା, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ୭୫ ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ କାର୍ତ୍ତିକ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଡ.ମଧୁସୂଦନ ମହାପାତ୍ର, ସମ୍ମାନିତ ଅତିଥି ଭାବେ ମହାବିଦ୍ୟାଳୟ ପରିଚାଳନା ସମିତି ସଭାପତି ପ୍ରତ୍ୟୁଷ ରଞ୍ଜନ ଶତପଥୀ ଯୋଗ ଦେଇ ଏହି ଦିବସ ର ଗୁରୁତ୍ଵ ଉପସ୍ଥାପିତ କରିଥିଲେ।

ରାଜନୀତି ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ଡ.ସୁଶାନ୍ତ କୁମାର ଦାସ ଉପସ୍ଥିତ ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ଭାରତୀୟ ସମ୍ବିଧାନର ୭୫ ବର୍ଷ ରେ ପ୍ରସଙ୍ଗ ଓ ଆମ ସମ୍ମୁଖରେ ସମସ୍ୟା ସହ ସମ୍ବିଧାନ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ରାଜନୀତି ବିଜ୍ଞାନ ବିଭାଗ ଛାତ୍ର ତରୁଣ କୁମାର ମଲ୍ଲିକ, ବିକ୍ରମ ମଲ୍ଲିକ, ଶ୍ରୀଧର ସିଓ, ସୁଶ୍ରୀ ଅନ୍ନପୂର୍ଣ୍ଣା ପାଢ଼ୀ, ଏକ ରାଷ୍ଟ୍ର ଏକ ନିର୍ବାଚନ, ସବକା ସାଥ ସବକା ବିକାଶ, ଆତ୍ମନିର୍ଭର ଭାରତ, ଏକ ଭାରତ, ଶ୍ରେଷ୍ଠ ଭାରତ ପାଠ ଚକ୍ର ଉପସ୍ଥାପନ କରିଥିଲେ। ଉପସ୍ଥିତ ଅତିଥି ଏ ବିଷୟରେ ନିଜ ନିଜ ମତ ପ୍ରଦାନ କରିଥିଲେ। ପ୍ରଥମେ ସମସ୍ତ ଅତିଥି ଓ ଛାତ୍ର ଛାତ୍ରୀ ସମ୍ବିଧାନର ମୁଖବନ୍ଧ କୁ ପାଠ କରିଥିଲେ।

ଏ ଅବସରରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ସହ ପୁରସ୍କୃତ କରାଯାଇ ଥିଲା। ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଭାରତୀୟ ସଂସ୍କୃତି ରେ ବିଭିନ୍ନତା ମଧ୍ୟରେ ଏକତା କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ହିମାଂଶୁ ଚରଣ ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟକ୍ରମ ପରିଚାଳନା ରେ ଅରୁନ୍ଧତୀ ପ୍ରଧାନ, ଡ.ସଂଯୁକ୍ତା ନାୟକ, ଦଣ୍ଡପାଣି ଭୂୟାଁ, ହେମନ୍ କୁମାର ଦିବକା, ଆଲିପାମା ସାହୁ, ସୁକୁମାରୀ ପ୍ରଧାନ ପ୍ରମୁଖ ଅଧ୍ୟାପକ ,ଅଧ୍ୟାପିକା ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।