MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାଘଛାଲ ସହ ଦେଶୀ ବନ୍ଧୁକ ଜବତ

ବାଘଛାଲ ସହ ଦେଶୀ ବନ୍ଧୁକ ଜବତ; ଦୁଇ ଅଭିଯୁକ୍ତ ଅଟକ, ମୁହଁ ଖୋଲୁନି ବନ ବିଭାଗ


ବାଲିଗୁଡା :(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବନ ବିଭାଗ ପକ୍ଷରୁ ବାଘ ଛାଲ ଓ ଦେଶୀ ବନ୍ଧୁକ ଜବତ କରାଯାଇଥିବା ବେଳେ ଏ ନେଇ କିନ୍ତୁ ବନ ବିଭାଗ ମୁହଁ ଖୋଲୁ ନାହାନ୍ତି।

ଘଟଣାରୁ ପ୍ରକାଶ ଯେ, ଜି.ଉଦୟଗିରି ବନ ବିଭାଗ ଅନ୍ତର୍ଗତ କଳିଙ୍ଗା ସେକ୍ସନରେ ବାଘ ଶିକାର ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ବନ କର୍ମଚାରୀ ମାନେ ଖବର ପାଇ ଦୁଇଟି ସ୍ଥାନରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ଏକ ଦେଶୀ ବନ୍ଧୁକ ପାଇଥିବା ବେଳେ ଏହି ଘଟଣାରେ ଦୁଇ ଜଣକୁ ଆଣି ଅଟକ ରଖି ପଚରାଉଚରା କରୁଥିବା ସହ ଏହି ବାଘ ଶିକାରରେ ଅନ୍ୟ କିଛି ଜଣ ସମ୍ପୃକ୍ତ ଥିବା ନେଇ ତନାଘନା ଚଳାଇଥିବା ବେଳେ ଅନ୍ୟମାନଙ୍କୁ ଧରିବା ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି। କିନ୍ତୁ ଏହି ଘଟଣାକୁ ନେଇ ବନ ବିଭାଗ ଅଧିକାରୀ ମୁଁହ ଖୋଲୁନାହାନ୍ତି।

କୌଣସି ପ୍ରତିକ୍ରିୟା ଦେବାକୁ ମଧ୍ୟ ପ୍ରସ୍ତୁତ ନାହାନ୍ତି। ଜି. ଉଦୟଗିରି ବନ ବିଭାଗ ଅଧିକାରୀଙ୍କ କାର୍ଯ୍ୟାଳୟ ମୁଖ୍ୟ ଫାଟକରେ ତାଲା ମରାଯାଇ ଭିତରକୁ କାହାରିକୁ ପ୍ରବେଶ କରିବାକୁ ଦିଆଯାଉନଥିବା ବେଳେ ଖବର ପାଇ ସ୍ଥାନୀୟ ଗଣମାଧ୍ୟମ ପ୍ରତିନିଧିମାନେ ବନ ବିଭାଗ କାର୍ଯ୍ୟାଳୟକୁ ଖବର ସଂଗ୍ରହ ପାଇଁ ଯାଇ ମୁଖ୍ୟ ଫାଟକ ବାହାରେ ଦୀର୍ଘ ସମୟ ଅପେକ୍ଷା କରି ଫେରି ଯାଇଥିଲେ। ଏ ସମ୍ପର୍କରେ ଜି. ଉଦୟଗିରି ବନ ବିଭାଗ ଏସିଏଫ କାଜଲ ନାୟକଙ୍କୁ ଫୋନ ଯୋଗେ ପଚାରିବା ପରେ ସେ ତଦନ୍ତ ଚାଲିଛି। ଆପଣମାନେ ସହଯୋଗ କରନ୍ତୁ। ଡିଏଫଓ ସାର ଆସିଲେ ସମସ୍ତ ତଥ୍ୟ ପ୍ରଦାନ କରିବେ ବୋଲି କହିଥିବା ବେଳେ ଫୁଲବାଣୀ ଡିଏଫଓ ପ୍ରଶାନ୍ତ ପଟେଲଙ୍କୁ ଏହି ଘଟଣା ବିଷୟରେ ପଚାରିବା ପରେ ସେ କହିଲେ ତଦନ୍ତ ଚାଲିଛି। ଏବେ କିଛି କହି ହେବନି ।ତଦନ୍ତରେ ବାଧା ସୃଷ୍ଟି ହେବ। ଏଣୁ ତଦନ୍ତ ସାରିବା ପରେ ସମସ୍ତ ତଥ୍ୟ ପ୍ରଦାନ କରାଯିବ ବୋଲି ପ୍ରକାଶ କରିଛନ୍ତି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।