MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୁତ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ସୁନ୍ଦରଗଡ଼ ( ଦେବେନ୍ଦ୍ର କୁମାର ଭିତ୍ରିଆ ) ୧୦/୧୨/୨୪:

ଜିଲ୍ଲା ପ୍ରଶାସନ ପକ୍ଷରୁ ଗତକାଲି କୁତ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ର ଶୁଣାଣି କରିଥିଲେ।


ଗତକାଲି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୩୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୨୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ୨୦ ଗୋଟି ଅଭିଯୋଗ ର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୩ ଗୋଟି ଆବେଦନ ରହିଥିଲା।


ଏହି ଯୁଗ୍ମ ଅଭିଯୋଗ ଶୁଣାଣି ରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସଦର ଉପଜିଲ୍ଲାପାଳ ଶ୍ରୀ ଦାଶରଥି ସରାବୁ, କୁତ୍ରା ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର, ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।