ଆସନ୍ତା ୧୭ ତାରିଖରୁ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବା ନେଇ ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ । ଦିନ ଗୋଟାଏରୁ ସନ୍ଧ୍ୟା ୫ଟା/୬ଟା ଯାଏଁ କାମ ଚାଲିବ । ତେବେ ଶନିବାର, ରବିବାର ଓ ବିଶେଷ ଦିନରେ ମରାମତି ନକରିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ମରାମତି ଦିନ ମାନଙ୍କରେ ବାହାର କାଠ ନିକଟରୁ ଶ୍ରୀଜୀଉଙ୍କୁ ଦର୍ଶନ କରିବେ ଭକ୍ତ । ରାତି ୧୧ଟା ୩୦ ସୁଦ୍ଧା ପହୁଡ କରାଯାଇ ରାତି ୨ଟାରେ ଦ୍ବାରଫିଟା ନୀତି ହେବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ରାଜ୍ୟ ସରକାରଙ୍କ ମାର୍ଗ ଦର୍ଶିକା ଅନୁସାରେ ମରାମତି କାମ ହେବ ଏବଂ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ । ମରାମତି କାମ ସରିବା ପରେ ଅସ୍ଥାୟୀ ରତ୍ନ ଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତରଣ ହେବ ଏବଂ ପରେ ଗଣତି ମଣତି କାମ ଶେଷ ହେବ ।
ମୋ ଟିଭି ଓଡିଶା, ପୁରୀ
More Stories
ଆଇରନ୍ ମାଇନ୍ସର ୨ ବରିଷ୍ଠ ଅଧିକାରୀଙ୍କ କ୍ବାର୍ଟର୍ସରେ CBI ରେଡ୍।
ଖାକିରେ ଦାଗ, ରକ୍ଷକ ସାଜିଲା ଭକ୍ଷକ ।
ରାଜଧାନୀର ବିଚ୍ ରାସ୍ତାରେ ଯୁବକଙ୍କୁ ବୀଭତ୍ସ ହତ୍ୟା ଘଟଣା ।