ସୁନ୍ଦରଗଡ଼ ( ଦେବେନ୍ଦ୍ର କୁମାର ଭିତ୍ରିଆ ) ୨୪/୧୨/୨୪:
ଜିଲ୍ଲାରେ ସୁଶାସନ ସପ୍ତାହ ପାଳନ ଅବସରରେ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି। ବଡ଼ଗାଁ ବ୍ଲକ ରେ ଆୟୋଜିତ ଏହି ଜିଲ୍ଲା ସ୍ତରୀୟ କର୍ମଶାଳା ରେ ଜିଲ୍ଲାପାଳ ଶ୍ରୀ ମନୋଜ ମହାଜନ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ସୁରଞ୍ଜନ ସାହୁ, ସୁନ୍ଦରଗଡ଼ ବନଖଣ୍ଡ ଅଧିକାରୀ ଶ୍ରୀ ପ୍ରଦୀପ ମିରାସେ, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଦୁଲାରୀ ସୋରେଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସର ରେ ସମସ୍ତ ବିଭାଗୀୟ ଅଧିକାରୀ ମାନେ ନିଜ ନିଜ ବିଭାଗ ଅନ୍ତର୍ଗତ ଚାଲୁଥିବା ବିଭିନ୍ନ ଜନହିତକର ଯୋଜନା , କାର୍ଯ୍ୟକ୍ରମ ଉପରେ ଉପସ୍ଥାପନ କରିଥିଲେ ଏବଂ ଏହି ଜନସାଧାରଣ ଏହି ସବୁ ଯୋଜନା ଆଦି ରେ ସାମିଲ ହୋଇ ତାହାର ଲାଭ ନେବାକୁ ଉତ୍ସାହ କରିଥିଲେ। ସେହିଭଳି ବିଭାଗୀୟ ଅଧିକାରୀ ମାନେ ଯୋଜନା ଆଦି ର ଲିଫ୍ଲେଟ ମଧ୍ୟ ହିତାଧିକାରୀ ମାନଙ୍କୁ ବଣ୍ଟନ କରିଥିଲେ।
ସେହିଭଳି କାର୍ଯ୍ୟକ୍ରମ ରେ ବିଭିନ୍ନ ବିଭାଗ ପକ୍ଷରୁ ଜନସାଧାରଣଙ୍କ ନିମନ୍ତେ ଉଦ୍ଦିଷ୍ଟ ସୂଚନା ଶିକ୍ଷା ଯୋଗାଯୋଗ ସମ୍ବଳିତ ଷ୍ଟଲ ମଧ୍ୟ କରାଯାଇଥିଲା।
ଏହି ଅବସର ରେ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ୩୦ ଜଣଙ୍କୁ ନିର୍ମାଣ ଶ୍ରମିକ ପଞ୍ଜିକରଣ କାର୍ଡ ଏବଂ ଜିଲ୍ଲା ସମାଜ ସୁରକ୍ଷା ବିଭାଗ ପକ୍ଷରୁ ୭ ଜଣଙ୍କୁ ଭତ୍ତା ଏବଂ ୨ ଜଣଙ୍କୁ ୱିଲ ଚେୟାର ପ୍ରଦାନ କରାଯାଇଥିଲା।
କାର୍ଯ୍ୟକ୍ରମ ରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବଡ଼ଗାଁ ଗୋଷ୍ଠି ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ବହୁ ସଂଖ୍ୟା ରେ ହିତାଧିକାରୀ ଉପସ୍ଥିତ ଥିଲେ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।