MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜିଠାରୁ ଆସନ୍ତା ଜାନୁଆରୀ ୨ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ସ୍ଥଗିତ

ଇଂରାଜୀ ନବବର୍ଷ ଏବଂ ଛୁଟି ଦିନ ଯୋଗୁଁ ଆଗାମୀ କିଛି ଦିନ ଧରି ଶ୍ରୀମନ୍ଦିରରେ ବହୁ ଶ୍ରଦ୍ଧାଳୁଙ୍କ ଆଗମନ ଯୋଗୁଁ ଭିଡ଼ ଜମିବା ସମ୍ଭାବନା ରହିଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯିବା ଉଦ୍ଦେଶ୍ୟରେ ଆଜିଠାରୁ ଆସନ୍ତା ଜାନୁଆରୀ ୨ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ୩ରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ତତ୍ତ୍ବାବଧାନରେ କୁଶଳୀ କାରିଗରଙ୍କ ଦ୍ବାରା ଆରମ୍ଭ ହୋଇଛି। ନୂଆବର୍ଷରୁ ଶ୍ରୀମନ୍ଦିରରେ ଲାଗୁ ହେବାକୁ ଯାଉଛି ନୂଆ ଦର୍ଶନ ବ୍ୟବସ୍ଥା। ବାହାରକାଠ ଦର୍ଶନ ଶୃଙ୍ଖଳା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।