ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ୭ ଦିନିକିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି । ଆସନ୍ତା କାଲିର ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ୍ କରାଯାଇଛି । ଆଜି ଦିନ ୧୧ଟାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିବ । ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସଂପନ୍ନ ହେବ । ସେହିପରି ମନମୋହନ ସିଂଙ୍କ ବିୟୋଗରେ କର୍ଣ୍ଣାଟକରେ ଆଜି ସରକାରୀ ଛୁଟି ଘୋଷଣା କରାଯାଇଛି ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ମନମୋହନଙ୍କ ବିୟୋଗକୁ ବଡ଼ କ୍ଷତି କହିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ରାଷ୍ଟ୍ରପତି ଟ୍ୱିଟ୍ କରି ଲେଖିଛନ୍ତି, ମନମୋହନ ଏପରି ଜଣେ ବିରଳ ରାଜନେତା ଥିଲେ ଯିଏ ଶିକ୍ଷା ଓ ପ୍ରଶାସନ ଦୁନିଆରେ ସହଜତାର ସହ କାମ କରିଛନ୍ତି । ଅର୍ଥ ବ୍ୟବସ୍ଥାରେ ସୁଧାର ପାଇଁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି ।
ମନମୋହନ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟରରେ ଲେଖିଛନ୍ତି, ‘ଭାରତ ଜଣେ ପ୍ରତିଷ୍ଠିତ ନେତା ଡଃ ମନମୋହନ ସିଂଙ୍କ ଦେହାନ୍ତରେ ଶୋକ ପ୍ରକାଶ କରୁଛି । ଏକ ସାଧାରଣ ପରିବାରରୁ ଆସି ସେ ଜଣେ ପ୍ରସିଦ୍ଧ ଅର୍ଥନୀତିଜ୍ଞ ହୋଇଥିଲେ । ସେ ଅର୍ଥମନ୍ତ୍ରୀଙ୍କ ସମେତ ବିଭିନ୍ନ ସରକାରୀ ପଦବୀରେ କାର୍ଯ୍ୟ କରିଥିଲେ ଏବଂ ବର୍ଷ ବର୍ଷ ଧରି ଆମର ଅର୍ଥନୈତିକ ନୀତିରେ ଏକ ବଡ଼ ପରିବର୍ତ୍ତନ ଆଣିଥିଲେ।
ମୋ ଟିଭି ଓଡିଶା : ନୂଆଦିଲ୍ଲୀ
More Stories
କୋଲକାତା ବଳାତ୍କାର ମାମଲା।
ଉତ୍ତରାଖଣ୍ଡରେ ଚଳିତ ମାସରେ ଲାଗୁ ହେବ UCC।
ମହାକୁମ୍ଭରେ ‘ମହାପ୍ରସାଦ ସେବା’ ଆରମ୍ଭ କରିବ ଆଦାନୀ ଗ୍ରୁପ୍ ଓ ଇସ୍କନ୍।