ଗଠିତ ହୋଇଛି ଓଡ଼ିଶା ଲ’ କମିଶନ । ଜଷ୍ଟିସ ବିଶ୍ବନାଥ ରଥ ହେଲେ ନୂଆ ଆଇନ କମିଶନ ଅଧ୍ୟକ୍ଷ । ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
ଓଡିଶା ଲ’ କମିଶନରେ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ୬ଜଣ ସଦସ୍ୟ ରହିଛନ୍ତି । ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଓଡ଼ିଶା ଲ’ କମିଶନର ଏକ୍ସ ଅଫିସିଓ ସଦସ୍ୟ ରହିଥିବାବେଳେ ଆଇନ ବିଭାଗ ପ୍ରମୁଖ ସଚିବ ମଧ୍ୟ ଏକ୍ସ ଅଫିସିଓ ସଦସ୍ୟ ରହିବେ ବୋଲି ସୂଚନା ଦିଆଯାଇଛି । ବରିଷ୍ଠ ଆଇନଜୀବୀ ସୂର୍ଯ୍ୟପ୍ରକାଶ ମିଶ୍ର ଏବଂ ସୌରଚନ୍ଦ୍ର ମହାପାତ୍ର ଓଡ଼ିଶା ଲ’ କମିଶନ ସଦସ୍ୟ ହୋଇଛନ୍ତି । ସେହିପରି ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ କମିଟିର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଆଜିଠାରୁ ତିନି ଦିନିଆ ଜାତୀୟ ପ୍ରବାସୀ ଭାରତୀୟ ଦିବସ । ସମସ୍ତଙ୍କ ସୁରକ୍ଷା ଓ ନିରାପଦକୁ ଦୃଷ୍ଟି ଦିଆଯାଉଛି ବୋଲି କହିଲେ ମୁଖ୍ୟ ଶାସନ ସଚିବ।
ପ୍ରବାସୀ ଭାରତୀୟ ସମ୍ମେଳନ: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ଯୁବକଙ୍କୁ ବୀଭତ୍ସ ହତ୍ୟା ।